< 2-я Царств 2 >

1 После сего Давид вопросил Господа, говоря: идти ли мне в какой-либо из городов Иудиных? И сказал ему Господь: иди. И сказал Давид: куда идти? И сказал Он: в Хеврон.
ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”
2 И пошел туда Давид и обе жены его, Ахиноама Изреелитянка и Авигея, бывшая жена Навала, Кармилитянка.
ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।
3 И людей, бывших с ним, привел Давид, каждого с семейством его, и поселились в городе Хевроне.
ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
4 И пришли мужи Иудины и помазали там Давида на царство над домом Иудиным. И донесли Давиду, что жители Иависа Галаадского погребли Саула.
ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
5 И отправил Давид послов к жителям Иависа Галаадского, сказать им: благословенны вы у Господа за то, что оказали эту милость господину своему Саулу, помазаннику Господню, и погребли его и Ионафана, сына его,
ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
6 и ныне да воздаст вам Господь милостью и истиною; и я сделаю вам благодеяние за то, что вы это сделали;
ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
7 ныне да укрепятся руки ваши, и будьте мужественны; ибо господин ваш Саул умер, а меня помазал дом Иудин царем над собою.
ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
8 Но Авенир, сын Ниров, начальник войска Саулова, взял Иевосфея, сына Саулова, и привел его в Маханаим,
ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,
9 и воцарил его над Галаадом, и Ашуром, и Изреелем, и Ефремом, и Вениамином, и над всем Израилем.
ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
10 Сорок лет было Иевосфею, сыну Саулову, когда он воцарился над Израилем, и царствовал два года. Только дом Иудин остался с Давидом.
ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।
11 Всего времени, в которое Давид царствовал в Хевроне над домом Иудиным, было семь лет и шесть месяцев.
ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
12 И вышел Авенир, сын Ниров, и слуги Иевосфея, сына Саулова, из Маханаима в Гаваон.
ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।
13 Вышел и Иоав, сын Саруи, со слугами Давида, и встретились у Гаваонского пруда, и засели те на одной стороне пруда, а эти на другой стороне пруда.
ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
14 И сказал Авенир Иоаву: пусть встанут юноши и поиграют пред нами. И сказал Иоав: пусть встанут.
ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”
15 И встали и пошли числом двенадцать Вениамитян со стороны Иевосфея, сына Саулова, и двенадцать из слуг Давидовых.
ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
16 Они схватили друг друга за голову, вонзили меч один другому в бок и пали вместе. И было названо это место Хелкаф-Хаццурим, что в Гаваоне.
ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।
17 И произошло в тот день жесточайшее сражение, и Авенир с людьми Израильскими был поражен слугами Давида.
ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
18 И были там три сына Саруи: Иоав, и Авесса, и Асаил. Асаил же был легок на ноги, как серна в поле.
ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
19 И погнался Асаил за Авениром и преследовал его, не уклоняясь ни направо, ни налево от следов Авенира.
ପୁଣି ଅସାହେଲ ଅବ୍‍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍‍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
20 И оглянулся Авенир назад и сказал: ты ли это, Асаил? Тот сказал: я.
ତେବେ ଅବ୍‍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
21 И сказал ему Авенир: уклонись направо или налево, и выбери себе одного из отроков и возьми себе его вооружение. Но Асаил не захотел отстать от него.
ଏଥିରେ ଅବ୍‍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍‍ଗମନରୁ ଫେରିଲା ନାହିଁ।
22 И повторил Авенир еще, говоря Асаилу: отстань от меня, чтоб я не поверг тебя на землю; тогда с каким лицем явлюсь я к Иоаву, брату твоему?
ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
23 и где это бывает? возвратись к брату твоему Иоаву. Но тот не захотел отстать. Тогда Авенир, поворотив копье, поразил его в живот; копье прошло насквозь его, и он упал там же и умер на месте. Все проходившие чрез то место, где пал и умер Асаил, останавливались.
ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।
24 И преследовали Иоав и Авесса Авенира. Солнце уже зашло, когда они пришли к холму Амма, что против Гиаха, на дороге к пустыне Гаваонской.
ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।
25 И собрались Вениамитяне вокруг Авенира и составили одно ополчение, и стали на вершине одного холма.
ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।
26 И воззвал Авенир к Иоаву, и сказал: вечно ли будет пожирать меч? Или ты не знаешь, что последствия будут горестные? И доколе ты не скажешь людям, чтобы они перестали преследовать братьев своих?
ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”
27 И сказал Иоав: жив Бог! если бы ты не говорил иначе, то еще утром перестали бы люди преследовать братьев своих.
ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”
28 И затрубил Иоав трубою, и остановился весь народ, и не преследовали более Израильтян; сражение прекратилось.
ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।
29 Авенир же и люди его шли равниною всю ту ночь и перешли Иордан, и прошли весь Битрон, и пришли в Маханаим.
ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।
30 И возвратился Иоав от преследования Авенира и собрал весь народ, и недоставало из слуг Давидовых девятнадцати человек кроме Асаила.
ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।
31 Слуги же Давидовы поразили Вениамитян и людей Авенировых; пало их триста шестьдесят человек.
ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।
32 И взяли Асаила и похоронили его во гробе отца его, что в Вифлееме. Иоав же с людьми своими шел всю ночь и на рассвете прибыл в Хеврон.
ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।

< 2-я Царств 2 >