< Иеремия 23 >

1 Горе пастырям, которые губят и разгоняют овец паствы Моей! говорит Господь.
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”
2 Посему так говорит Господь, Бог Израилев, к пастырям, пасущим народ Мой: вы рассеяли овец Моих, и разогнали их, и не смотрели за ними; вот, Я накажу вас за злые деяния ваши, говорит Господь.
ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
3 И соберу остаток стада Моего из всех стран, куда Я изгнал их, и возвращу их во дворы их; и будут плодиться и размножаться.
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
4 И поставлю над ними пастырей, которые будут пасти их, и они уже не будут бояться и пугаться, и не будут теряться, говорит Господь.
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5 Вот, наступают дни, говорит Господь, и восставлю Давиду Отрасль праведную, и воцарится Царь, и будет поступать мудро, и будет производить суд и правду на земле.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
6 Во дни Его Иуда спасется и Израиль будет жить безопасно; и вот имя Его, которым будут называть Его: “Господь оправдание наше!”
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
7 Посему, вот наступают дни, говорит Господь, когда уже не будут говорить: “жив Господь, Который вывел сынов Израилевых из земли Египетской”,
ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
8 но: “жив Господь, Который вывел и Который привел племя дома Израилева из земли северной и из всех земель, куда Я изгнал их”, и будут жить на земле своей.
ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
9 О пророках. Сердце мое во мне раздирается, все кости мои сотрясаются; я - как пьяный, как человек, которого одолело вино, ради Господа и ради святых слов Его,
ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
10 потому что земля наполнена прелюбодеями, потому что плачет земля от проклятия; засохли пастбища пустыни, и стремление их - зло, и сила их - неправда,
କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11 ибо и пророк и священник - лицемеры; даже в доме Моем Я нашел нечестие их, говорит Господь.
“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
12 За то путь их будет для них, как скользкие места в темноте: их толкнут, и они упадут там; ибо Я наведу на них бедствие, год посещения их, говорит Господь.
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
13 И в пророках Самарии Я видел безумие; они пророчествовали именем Ваала, и ввели в заблуждение народ Мой, Израиля.
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
14 Но в пророках Иерусалима вижу ужасное: они прелюбодействуют и ходят во лжи, поддерживают руки злодеев, чтобы никто не обращался от своего нечестия; все они предо Мною - как Содом, и жители его - как Гоморра.
ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
15 Посему так говорит Господь Саваоф о пророках: вот, Я накормлю их полынью и напою их водою с желчью, ибо от пророков Иерусалимских нечестие распространилось на всю землю.
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍‍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”
16 Так говорит Господь Саваоф: не слушайте слов пророков, пророчествующих вам: они обманывают вас, рассказывают мечты сердца своего, а не от уст Господних.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
17 Они постоянно говорят пренебрегающим Меня: “Господь сказал: мир будет у вас”. И всякому, поступающему по упорству своего сердца, говорят: “не придет на вас беда”.
ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”
18 Ибо кто стоял в совете Господа и видел и слышал слово Его? Кто внимал слову Его и услышал?
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
19 Вот, идет буря Господня с яростью, буря грозная, и падет на главу нечестивых.
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
20 Гнев Господа не отвратится, доколе Он не совершит и доколе не выполнит намерений сердца Своего; в последующие дни вы ясно уразумеете это.
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
21 Я не посылал пророков сих, а они сами побежали; Я не говорил им, а они пророчествовали.
“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
22 Если бы они стояли в Моем совете, то объявили бы народу Моему слова Мои и отводили бы их от злого пути их и от злых дел их.
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।
23 Разве Я - Бог только вблизи, говорит Господь, а не Бог и вдали?
ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?
24 Может ли человек скрыться в тайное место, где Я не видел бы его? говорит Господь. Не наполняю ли Я небо и землю? говорит Господь.
ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
25 Я слышал, что говорят пророки, Моим именем пророчествующие ложь. Они говорят: “мне снилось, мне снилось”.
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
26 Долго ли это будет в сердце пророков, пророчествующих ложь, пророчествующих обман своего сердца?
ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
27 Думают ли они довести народ Мой до забвения имени Моего посредством снов своих, которые они пересказывают друг другу, как отцы их забыли имя Мое из-за Ваала?
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
28 Пророк, который видел сон, пусть и рассказывает его как сон; а у которого Мое слово, тот пусть говорит слово Мое верно. Что общего у мякины с чистым зерном? говорит Господь.
ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
29 Слово Мое не подобно ли огню, говорит Господь, и не подобно ли молоту, разбивающему скалу?
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
30 Посему, вот Я - на пророков, говорит Господь, которые крадут слова Мои друг у друга.
ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।
31 Вот, Я - на пророков, говорит Господь, которые действуют своим языком, а говорят: “Он сказал”.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।
32 Вот, Я - на пророков ложных снов, говорит Господь, которые рассказывают их и вводят народ Мой в заблуждение своими обманами и обольщением, тогда как Я не посылал их и не повелевал им, и они никакой пользы не приносят народу сему, говорит Господь.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
33 Если спросит у тебя народ сей, или пророк, или священник: “какое бремя от Господа?”, то скажи им: “какое бремя? Я покину вас, говорит Господь”.
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
34 Если пророк, или священник, или народ скажет: “бремя от Господа”, Я накажу того человека и дом его.
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।
35 Так говорите друг другу и брат брату: “что ответил Господь?” или: “что сказал Господь?”
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’
36 А этого слова: “бремя от Господа”, впредь не употребляйте: ибо бременем будет такому человеку слово его, потому что вы извращаете слова живого Бога, Господа Саваофа Бога нашего.
ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
37 Так говори пророку: “что ответил тебе Господь?” или: “что сказал Господь?”
ତୁମ୍ଭେ ଭବିଷ୍ୟଦ୍‍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’
38 А если вы еще будете говорить: “бремя от Господа”, то так говорит Господь: за то, что вы говорите слово сие: “бремя от Господа”, тогда как Я послал сказать вам: “не говорите: бремя от Господа”, -
ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
39 за то, вот, Я забуду вас вовсе и оставлю вас, и город сей, который Я дал вам и отцам вашим, отвергну от лица Моего
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
40 и положу на вас поношение вечное и бесславие вечное, которое не забудется.
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”

< Иеремия 23 >