< Псалтирь 119 >

1 Аллилуия. Блаженны непорочные в пути, ходящие в законе Господнем.
ଆଲେଫ୍‍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
2 Блаженны хранящие откровения Его, всем сердцем ищущие Его.
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
3 Они не делают беззакония, ходят путями Его.
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
4 Ты заповедал повеления Твои хранить твердо.
ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
5 О, если бы направлялись пути мои к соблюдению уставов Твоих!
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
6 Тогда я не постыдился бы, взирая на все заповеди Твои:
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
7 я славил бы Тебя в правоте сердца, поучаясь судам правды Твоей.
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
8 Буду хранить уставы Твои; не оставляй меня совсем.
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ।
9 Как юноше содержать в чистоте путь свой? - Хранением себя по слову Твоему.
ବୈତ୍‍। ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
10 Всем сердцем моим ищу Тебя; не дай мне уклониться от заповедей Твоих.
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
11 В сердце моем сокрыл я слово Твое, чтобы не грешить пред Тобою.
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
12 Благословен Ты, Господи! научи меня уставам Твоим.
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
13 Устами моими возвещал я все суды уст Твоих.
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
14 На пути откровений Твоих я радуюсь, как во всяком богатстве.
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
15 О заповедях Твоих размышляю, и взираю на пути Твои.
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
16 Уставами Твоими утешаюсь, не забываю слова Твоего.
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
17 Яви милость рабу Твоему, и буду жить и хранить слово Твое.
ଗିମେଲ୍‍। ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
18 Открой очи мои, и увижу чудеса закона Твоего.
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 Странник я на земле; не скрывай от меня заповедей Твоих.
ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
20 Истомилась душа моя желанием судов Твоих во всякое время.
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
21 Ты укротил гордых, проклятых, уклоняющихся от заповедей Твоих.
ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
22 Сними с меня поношение и посрамление, ибо я храню откровения Твои.
ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
23 Князья сидят и сговариваются против меня, а раб Твой размышляет об уставах Твоих.
ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
24 Откровения Твои - утешение мое, и уставы Твои - советники мои.
ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
25 Душа моя повержена в прах; оживи меня по слову Твоему.
ଦାଲତ୍‍। ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
26 Объявил я пути мои, и Ты услышал меня; научи меня уставам Твоим.
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
27 Дай мне уразуметь путь повелений Твоих, и буду размышлять о чудесах Твоих.
ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
28 Душа моя истаевает от скорби: укрепи меня по слову Твоему.
ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
29 Удали от меня путь лжи, и закон Твой даруй мне.
ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
30 Я избрал путь истины, поставил пред собою суды Твои.
ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
31 Я прилепился к откровениям Твоим, Господи; не постыди меня.
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
32 Потеку путем заповедей Твоих, когда Ты расширишь сердце мое.
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି।
33 Укажи мне, Господи, путь уставов Твоих, и я буду держаться его до конца.
ହେ। ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
34 Вразуми меня, и буду соблюдать закон Твой и хранить его всем сердцем.
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
35 Поставь меня на стезю заповедей Твоих, ибо я возжелал ее.
ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
36 Приклони сердце мое к откровениям Твоим, а не к корысти.
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
37 Отврати очи мои, чтобы не видеть суеты; животвори меня на пути Твоем.
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
38 Утверди слово Твое рабу Твоему, ради благоговения пред Тобою.
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
39 Отврати поношение мое, которого я страшусь, ибо суды Твои благи.
ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
40 Вот, я возжелал повелений Твоих; животвори меня правдою Твоею.
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।
41 Да придут ко мне милости Твои, Господи, спасение Твое по слову Твоему,
ବୌ। ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
42 и я дам ответ поносящему меня, ибо уповаю на слово Твое.
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
43 Не отнимай совсем от уст моих слова истины, ибо я уповаю на суды Твои
ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
44 и буду хранить закон Твой всегда, во веки и веки;
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45 буду ходить свободно, ибо я взыскал повелений Твоих;
ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
46 буду говорить об откровениях Твоих пред царями и не постыжусь;
ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47 буду утешаться заповедями Твоими, которые возлюбил;
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 руки мои буду простирать к заповедям Твоим, которые возлюбил, и размышлять об уставах Твоих.
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
49 Вспомни слово Твое к рабу Твоему, на которое Ты повелел мне уповать:
ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50 это - утешение в бедствии моем, что слово Твое оживляет меня.
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51 Гордые крайне ругались надо мною, но я не уклонился от закона Твоего.
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52 Вспоминал суды Твои, Господи, от века, и утешался.
ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53 Ужас овладевает мною при виде нечестивых, оставляющих закон Твой.
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 Уставы Твои были песнями моими на месте странствований моих.
ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55 Ночью вспоминал я имя Твое, Господи, и хранил закон Твой.
ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56 Он стал моим, ибо повеления Твои храню.
ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
57 Удел мой, Господи, сказал я, соблюдать слова Твои.
ହେତ୍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 Молился я Тебе всем сердцем: помилуй меня по слову Твоему.
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
59 Размышлял о путях моих и обращал стопы мои к откровениям Твоим.
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
60 Спешил и не медлил соблюдать заповеди Твои.
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
61 Сети нечестивых окружили меня, но я не забывал закона Твоего.
ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
62 В полночь вставал славословить Тебя за праведные суды Твои.
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
63 Общник я всем боящимся Тебя и хранящим повеления Твои.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
64 Милости Твоей, Господи, полна земля; научи меня уставам Твоим.
ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ।
65 Благо сотворил Ты рабу Твоему, Господи, по слову Твоему.
ଟେଟ୍‍। ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
66 Доброму разумению и ведению научи меня, ибо заповедям Твоим я верую.
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
67 Прежде страдания моего я заблуждался; а ныне слово Твое храню.
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
68 Благ и благодетелен Ты, Господи; научи меня уставам Твоим.
ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
69 Гордые сплетают на меня ложь; я же всем сердцем буду хранить повеления Твои.
ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
70 Ожирело сердце их, как тук; я же законом Твоим утешаюсь.
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
71 Благо мне, что я пострадал, дабы научиться уставам Твоим.
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
72 Закон уст Твоих для меня лучше тысяч золота и серебра.
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ।
73 Руки Твои сотворили меня и устроили меня; вразуми меня, и научусь заповедям Твоим.
ଇୟୂଦ୍‍। ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
74 Боящиеся Тебя увидят меня - и возрадуются, что я уповаю на слово Твое.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
75 Знаю, Господи, что суды Твои праведны и по справедливости Ты наказал меня.
ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
76 Да будет же милость Твоя утешением моим, по слову Твоему к рабу Твоему.
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
77 Да придет ко мне милосердие Твое, и я буду жить; ибо закон Твой - утешение мое.
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
78 Да будут постыжены гордые, ибо безвинно угнетают меня; я размышляю о повелениях Твоих.
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
79 Да обратятся ко мне боящиеся Тебя и знающие откровения Твои.
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
80 Да будет сердце мое непорочно в уставах Твоих, чтобы я не посрамился.
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ।
81 Истаевает душа моя о спасении Твоем; уповаю на слово Твое.
କଫ୍‍। ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
82 Истаевают очи мои о слове Твоем; я говорю: когда Ты утешишь меня?
ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
83 Я стал, как мех в дыму, но уставов Твоих не забыл.
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
84 Сколько дней раба Твоего? Когда произведешь суд над гонителями моими?
ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
85 Яму вырыли мне гордые, вопреки закону Твоему.
ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
86 Все заповеди Твои - истина; несправедливо преследуют меня: помоги мне;
ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87 едва не погубили меня на земле, но я не оставил повелений Твоих.
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
88 По милости Твоей оживляй меня, и буду хранить откровения уст Твоих.
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।
89 На веки, Господи, слово Твое утверждено на небесах;
ଲାମଦ୍‍। ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 истина Твоя в род и род. Ты поставил землю, и она стоит.
ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
91 По определениям Твоим все стоит доныне, ибо все служит Тебе.
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
92 Если бы не закон Твой был утешением моим, погиб бы я в бедствии моем.
ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।
93 Вовек не забуду повелений Твоих, ибо ими Ты оживляешь меня.
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
94 Твой я, спаси меня; ибо я взыскал повелений Твоих.
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
95 Нечестивые подстерегают меня, чтобы погубить; а я углубляюсь в откровения Твои.
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
96 Я видел предел всякого совершенства, но Твоя заповедь безмерно обширна.
ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
97 Как люблю я закон Твой! весь день размышляю о нем.
ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98 Заповедью Твоею Ты соделал меня мудрее врагов моих, ибо она всегда со мною.
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
99 Я стал разумнее всех учителей моих, ибо размышляю об откровениях Твоих.
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
100 Я сведущ более старцев, ибо повеления Твои храню.
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101 От всякого злого пути удерживаю ноги мои, чтобы хранить слово Твое;
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102 от судов Твоих не уклоняюсь, ибо Ты научаешь меня.
ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103 Как сладки гортани моей слова Твои! лучше меда устам моим.
ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
104 Повелениями Твоими я вразумлен; потому ненавижу всякий путь лжи.
ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105 Слово Твое - светильник ноге моей и свет стезе моей.
ନୂନ୍‍। ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
106 Я клялся хранить праведные суды Твои, и исполню.
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107 Сильно угнетен я, Господи; оживи меня по слову Твоему.
ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108 Благоволи же, Господи, принять добровольную жертву уст моих, и судам Твоим научи меня.
ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109 Душа моя непрестанно в руке моей, но закона Твоего не забываю.
ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110 Нечестивые поставили для меня сеть, но я не уклонился от повелений Твоих.
ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111 Откровения Твои я принял, как наследие на веки, ибо они веселие сердца моего.
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
112 Я приклонил сердце мое к исполнению уставов Твоих навек, до конца.
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
113 Вымыслы человеческие ненавижу, а закон Твой люблю.
ସାମକ୍‍। ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
114 Ты покров мой и щит мой; на слово Твое уповаю.
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
115 Удалитесь от меня, беззаконные, и буду хранить заповеди Бога моего.
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
116 Укрепи меня по слову Твоему, и буду жить; не посрами меня в надежде моей;
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
117 поддержи меня, и спасусь; и в уставы Твои буду вникать непрестанно.
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
118 Всех, отступающих от уставов Твоих, Ты низлагаешь, ибо ухищрения их - ложь.
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
119 Как изгарь, отметаешь Ты всех нечестивых земли; потому я возлюбил откровения Твои.
ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
120 Трепещет от страха Твоего плоть моя, и судов Твоих я боюсь.
ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
121 Я совершал суд и правду; не предай меня гонителям моим.
ଅଇନ୍‍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 Заступи раба Твоего ко благу его, чтобы не угнетали меня гордые.
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123 Истаевают очи мои, ожидая спасения Твоего и слова правды Твоей.
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
124 Сотвори с рабом Твоим по милости Твоей, и уставам Твоим научи меня.
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
125 Я раб Твой: вразуми меня, и познаю откровения Твои.
ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
126 Время Господу действовать: закон Твой разорили.
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
127 А я люблю заповеди Твои более золота, и золота чистого.
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
128 Все повеления Твои - все признаю справедливыми; всякий путь лжи ненавижу.
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
129 Дивны откровения Твои; потому хранит их душа моя.
ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
130 Откровение слов Твоих просвещает, вразумляет простых.
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
131 Открываю уста мои и вздыхаю, ибо заповедей Твоих жажду.
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
132 Призри на меня и помилуй меня, как поступаешь с любящими имя Твое.
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
133 Утверди стопы мои в слове Твоем и не дай овладеть мною никакому беззаконию;
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
134 избавь меня от угнетения человеческого, и буду хранить повеления Твои;
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135 осияй раба Твоего светом лица Твоего и научи меня уставам Твоим.
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136 Из глаз моих текут потоки вод оттого, что не хранят закона Твоего.
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
137 Праведен Ты, Господи, и справедливы суды Твои.
ସାଦେ। ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138 Откровения Твои, которые Ты заповедал, - правда и совершенная истина.
ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
139 Ревность моя снедает меня, потому что мои враги забыли слова Твои.
ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
140 Слово Твое весьма чисто, и раб Твой возлюбил его.
ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
141 Мал я и презрен, но повелений Твоих не забываю.
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142 Правда Твоя - правда вечная, и закон Твой - истина.
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
143 Скорбь и горесть постигли меня; заповеди Твои - утешение мое.
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
144 Правда откровений Твоих вечна: вразуми меня, и буду жить.
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।
145 Взываю всем сердцем моим: услышь меня, Господи, - и сохраню уставы Твои.
କଫ। ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
146 Призываю Тебя: спаси меня, и буду хранить откровения Твои.
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
147 Предваряю рассвет и взываю; на слово Твое уповаю.
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
148 Очи мои предваряют утреннюю стражу, чтобы мне углубляться в слово Твое.
ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
149 Услышь голос мой по милости Твоей, Господи; по суду Твоему оживи меня.
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
150 Приблизились замышляющие лукавство; далеки они от закона Твоего.
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
151 Близок Ты, Господи, и все заповеди Твои - истина.
ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152 Издавна узнал я об откровениях Твоих, что Ты утвердил их на веки.
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
153 Воззри на бедствие мое и избавь меня, ибо я не забываю закона Твоего.
ରେଶ୍‍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154 Вступись в дело мое и защити меня; по слову Твоему оживи меня.
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 Далеко от нечестивых спасение, ибо они уставов Твоих не ищут.
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
156 Много щедрот Твоих, Господи; по суду Твоему оживи меня.
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157 Много у меня гонителей и врагов, но от откровений Твоих я не удаляюсь.
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158 Вижу отступников, и сокрушаюсь, ибо они не хранят слова Твоего.
ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
159 Зри, как я люблю повеления Твои; по милости Твоей, Господи, оживи меня.
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
160 Основание слова Твоего истинно, и вечен всякий суд правды Твоей.
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।
161 Князья гонят меня безвинно, но сердце мое боится слова Твоего.
ଶିନ୍‍। ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
162 Радуюсь я слову Твоему, как получивший великую прибыль.
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
163 Ненавижу ложь и гнушаюсь ею; закон же Твой люблю.
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164 Семикратно в день прославляю Тебя за суды правды Твоей.
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
165 Велик мир у любящих закон Твой, и нет им преткновения.
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
166 Уповаю на спасение Твое, Господи, и заповеди Твои исполняю.
ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
167 Душа моя хранит откровения Твои, и я люблю их крепко.
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
168 Храню повеления Твои и откровения Твои, ибо все пути мои пред Тобою.
ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169 Да приблизится вопль мой пред лице Твое, Господи; по слову Твоему вразуми меня.
ତୌ। ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170 Да придет моление мое пред лице Твое; по слову Твоему избавь меня.
ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171 Уста мои произнесут хвалу, когда Ты научишь меня уставам Твоим.
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
172 Язык мой возгласит слово Твое, ибо все заповеди Твои праведны.
ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
173 Да будет рука Твоя в помощь мне, ибо я повеления Твои избрал.
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
174 Жажду спасения Твоего, Господи, и закон Твой - утешение мое.
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
175 Да живет душа моя и славит Тебя, и суды Твои да помогут мне.
ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
176 Я заблудился, как овца потерянная: взыщи раба Твоего, ибо я заповедей Твоих не забыл.
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।

< Псалтирь 119 >