< 2 Мојсијева 1 >

1 Ово су имена синова Израиљевих који дођоше у Мисир, дођоше с Јаковом, сваки са својом породицом:
ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;
2 Рувим, Симеун, Левије и Јуда,
ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା;
3 Исахар, Завулон и Венијамин,
ଇଷାଖର, ସବୂଲୂନ ଓ ବିନ୍ୟାମୀନ୍;
4 Дан и Нефталим, Гад и Асир.
ଦାନ୍ ଓ ନପ୍ତାଲି; ଗାଦ୍‍ ଓ ଆଶେର।
5 А свега беше их од бедара Јаковљевих седамдесет душа с Јосифом, који беше у Мисиру.
ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।
6 А Јосиф умре и сва браћа његова и сав онај нараштај.
ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।
7 И синови Израиљеви народише се и умножише се, и напредоваше и осилише веома, да их се земља напуни.
ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
8 Тада наста нов цар у Мисиру, који не знаше за Јосифа;
ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।
9 И рече народу свом: Гле, народ синова Израиљевих већи је и силнији од нас.
ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।
10 Него хајде мудро да поступамо с њима, да се не множе, и кад настане рат да не пристану с непријатељима нашим и не ударе на нас и не оду из земље.
ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”
11 И поставише над њима настојнике да их муче тешким пословима; и грађаше народ Израиљев Фараону градове Питом и Рамесу.
ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।
12 Али што га више мучаху то се више множаше и напредоваше, да се грожаху од синова Израиљевих.
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।
13 И жестоко нагоњаху Мисирци синове Израиљеве на послове,
ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
14 И загорчаваху им живот тешким пословима, блатом и опекама и сваким радом у пољу, и сваким другим послом, на који их жестоко нагоњаху.
ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
15 И још заповеди цар мисирски бабицама јеврејским, од којих једној беше име Сефора, а другој Фува,
ଏଥିଉତ୍ତାରେ ମିସରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,
16 И рече: Кад бабичите Јеврејке, и у порођају видите да је мушко, убијте га, а кад буде женско, нек остане живо.
“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
17 Али се бабице бојаху Бога, и не чињаху како им рече цар мисирски, него остављаху децу у животу.
ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।
18 А цар мисирски дозва бабице, и рече им: Зашто то чините, те остављате у животу мушку децу?
ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”
19 А бабице рекоше Фараону: Јеврејке нису као жене Мисирке; јаче су; док им дође бабица, оне већ роде.
ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”
20 И Бог учини добро бабицама; и народ се умножи и осили веома;
ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।
21 И што се бабице бојаху Бога, начини им куће.
ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
22 Тада заповеди Фараон свему народу свом говорећи: Сваког сина који се роди баците у воду, а кћери све остављајте у животу.
ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”

< 2 Мојсијева 1 >