< Књига Исуса Навина 5 >

1 А кад чуше сви цареви аморејски, који беху с ове стране Јордана к западу, и сви цареви ханански, који беху покрај мора, да је Господ осушио Јордан пред синовима Израиљевим докле пређоше, растопи се срце у њима и неста у њима јунаштва од страха од синова Израиљевих.
ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।
2 У то време рече Господ Исусу: Начини оштре ножеве, и обрежи опет синове Израиљеве.
ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।”
3 И начини Исус оштре ножеве, и обреза синове Израиљеве на брдашцу Аралоту.
ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।
4 А ово је узрок зашто их Исус обреза: сав народ што изађе из Мисира, све мушкиње, сви људи војници помреше у пустињи на путу, пошто изађоше из Мисира;
ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।
5 Јер беше обрезан сав народ који изађе, али не обрезаше никога у народу који се роди у пустињи на путу, пошто изађоше из Мисира.
ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।
6 Јер четрдесет година иђаху синови Израиљеви по пустињи докле не помре сав народ, људи војници, што изађоше из Мисира, јер не слушаше глас Господњи, те им се закле Господ да им неће дати да виде земљу, за коју се заклео Господ оцима њиховим да ће им је дати, земљу, где тече млеко и мед;
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
7 И на место њихово подиже синове њихове; њих обреза Исус пошто беху необрезани, јер их не обрезаше на путу.
ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।
8 А кад се сав народ обреза, осташе на свом месту у логору докле не оздравише.
ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
9 Тада рече Господ Исусу: Данас скидох с вас срамоту мисирску. И прозва се оно место Галгал до данашњег дана.
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।
10 И синови Израиљеви стојећи у логору у Галгалу, славише пасху четрнаестог дана оног месеца увече у пољу јерихонском.
ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।
11 И сутрадан после пасхе једоше од жита оне земље хлебове пресне и зрна пржена, исти дан.
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
12 И преста мана сутрадан, пошто једоше жито оне земље, и већ више нису имали мане синови Израиљеви, него једоше од рода земље хананске оне године.
ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
13 И кад Исус беше код Јерихона, подиже очи своје и погледа, а то човек стоји према њему с голим мачем у руци. И приступи к Њему Исус и рече Му: Јеси ли наш или наших непријатеља?
ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”
14 А Он рече: Нисам; него сам војвода војске Господње, сада дођох. А Исус паде ничице на земљу, и поклони се, и рече Му: Шта заповеда господар мој слузи свом?
ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?”
15 А војвода војске Господње рече Исусу: Изуј обућу с ногу својих, јер је место где стојиш свето. И учини Исус тако.
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।

< Књига Исуса Навина 5 >