< Књига о судијама 15 >

1 А после неколико дана, о пшеничној жетви, дође Самсон да походи жену своју донесавши јој јаре, и рече: Идем к жени својој у ложницу. Али му отац њен не даде да уђе.
ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।
2 Јер рече отац њен: Ја мишљах зацело да ти није по вољи, па је дадох другу твом; него млађа сестра њена није ли лепша од ње? Узми њу место оне.
ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”
3 А Самсон им рече: Ја нећу бити крив Филистејима кад им учиним зло.
ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”
4 И отишавши Самсон ухвати триста лисица, и узе луча, и свеза по две у репове, и метну по један луч међу два репа.
ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।
5 Па запали лучеве, и пусти у летину филистејску, и попали летину пожњевену и непожњевену, и винограде и маслинике.
ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।
6 Тада Филистеји рекоше: Ко је то учинио? И одговорише: Самсон зет Тамнаћанинов, јер му узе жену и даде је другу његовом. Тада дођоше Филистеји и спалише огњем њу и оца њеног.
ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍‍ଶୋନ୍‍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
7 А Самсон им рече: Ако сте и учинили тако, опет ћу вам се осветити, па ћу се онда оканити.
ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
8 И поломи их љуто ногама по бедрима: Потом отиде и настани се у пећини од стене Итама
ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।
9 Тада изиђоше Филистеји и стадоше у логор према Јуди, и раширише се до Лехије.
ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।
10 А људи од Јуде рекоше: Што сте изашли на нас? И одговорише: Изашли смо да свежемо Самсона и да му учинимо како је он нама учинио.
ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍‍ଶୋନ୍‍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”
11 Тада изиђе три хиљаде људи из Јуде к пећини у стени Итаму, и рекоше Самсону: Не знаш ли да Филистеји владају над нама? А он им рече: Како су они мени учинили тако ја учиних њима.
ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”
12 Они му рекоше: Дошли смо да те свежемо и предамо у руке Филистејима. А Самсон им рече: Закуните ми се да нећете ви уложити на ме.
ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”
13 Они му одговорише и рекоше: Нећемо; него ћемо те само свезати и предати у њихове руке, али те нећемо погубити. И свезаше га у два нова ужа и одведоше га из стене.
ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।
14 И кад он дође до Лехије, Филистеји га сретоше вичући од радости; а Дух Господњи сиђе на њ, и ужа на рукама његовим посташе као конци изгорели од ватре, и спадоше свезе с руку његових.
ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।
15 И он нађе чељуст магарећу још сирову, и пруживши руку своју узе је, и поби њом хиљаду људи.
ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।
16 Потом рече Самсон: Чељушћу магарећом једну гомилу, две гомиле, чељушћу магарећом побих хиљаду људи.
ତହୁଁ ଶାମ୍‍ଶୋନ୍‍ କହିଲା: - “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
17 А кад изрече, баци чељуст из руке своје, и назва оно место Рамат-Лехија.
ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍‍-ଲିହୀ ହେଲା।
18 И беше жедан јако, те завапи ка Господу и рече: Ти си учинио руком слуге свог ово избављење велико; а сад хоћу ли умрети од жеђи, или ћу пасти у руке необрезанима?
ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
19 Тада Бог расцепи стену у Лехији, и потече вода из ње, те се напи, и поврати му се дух и оживе. Зато се прозва онај извор Ен-Акоре, који је у Лехији до данашњег дана.
ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
20 И би судија Израиљу за времена филистејског двадесет година.
ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

< Књига о судијама 15 >