< Откривење 17 >

1 И дође један од седам анђела који имаху седам чаша, и говори са мном говорећи ми: Ходи да ти покажем суд курве велике, која седи на водама многима.
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
2 С којом се курваше цареви земаљски, и који живе на земљи опише се вином курварства њена.
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।
3 И уведе ме дух у пусто место; и видех жену где седи на звери црвеној која беше пуна имена хулних и имаше седам глава и десет рогова.
ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।
4 И жена беше обучена у порфиру и скерлет и накићена златом и камењем драгим и бисером, и имаше чашу у руци својој пуну мрзости и поганштине курварства свог;
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
5 И на челу њеном написано име: Тајна, Вавилон велики, мати курвама и мрзостима земаљским.
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
6 И видех жену пијану од крви светих и од крви сведока Исусових; и зачудих се чудом великим кад је видех.
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
7 И рече ми анђео: Што се чудиш? Ја ћу ти казати тајну ове жене, и звери што је носи и има седам глава и десет рогова.
ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ତତ୍ତ୍ୱ ବୁଝାଇଦେବି।
8 Звер коју си видео беше и није, и изићи ће из бездана и отићи ће у пропаст; и удивиће се који живе на земљи, којима имена написана нису у књигу живота од постања света, кад виде звер која беше, и није, и доћи ће опет. (Abyssos g12)
ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ। (Abyssos g12)
9 Овде је ум, који има мудрост. Седам глава, то су седам гора на којима жена седи.
ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
10 И јесу седам царева. Пет је њих пало, и један јесте, а други још није дошао; а кад дође за мало ће остати.
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।
11 И звер која беше и није, и она је осми, и јесте од седморице и у пропаст иде.
ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।
12 И десет рогова, које си видео, то су десет царева, који царства још не примише, него ће област као цареви на једно време примити са звери.
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
13 Ови једну вољу имају, и силу и област своју даће звери.
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
14 Ови ће се побити с Јагњетом и Јагње ће их победити, јер је Господар над господарима и Цар над царевима; и који су с Њим, јесу позвани и изабрани и верни.
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
15 И рече ми: Воде, што си видео, где седи курва, оно су људи и народи, и племена и језици.
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
16 И десет рогова, што си видео на звери, они ће омрзнути на курву, и опустошиће је и оголузнити, и месо њено појешће и сажећи ће је огњем.
ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
17 Јер је Бог дао у срца њихова да учине вољу Његову, и да учине вољу једну, и да даду царство своје звери, док се сврше речи Божије.
କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।
18 И жена, коју си видео, јесте град велики, који има царство над царствима земаљским.
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।

< Откривење 17 >