< Книга пророка Иоиля 3 >

1 Яко се, Аз во дни тыя и во время оно, егда возвращу пленники Иудины и Иерусалимли,
କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
2 и соберу вся языки, и сведу я на юдоль Иосафатову, и разсуждуся с ними ту о людех Моих и о наследии Моем Израили, иже разсеяшася во языцех, и землю Мою разделиша.
ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
3 И на люди Моя вергоша жребия, и даша отрочища блудницам, и отроковицы продаяху на вине и пияху.
ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
4 И что вы Мне, Тире и Сидоне и вся Галилеа иноплеменников? Еда воздаяние вы воздаете Мне? Или памятозлобствуете вы на Мя? Остро и быстро воздам воздаяние ваше на главы ваша,
ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
5 понеже сребро Мое и злато Мое взясте, и избранная Моя и добрая внесосте в требища ваша,
କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;
6 и сыны Иудины и сыны Иерусалимли продасте сыном Еллинским, яко да ижденете я от предел их.
ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
7 И се, Аз возставлю я от места, в неже продасте я тамо, и воздам воздаяние ваше на главы ваша:
ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;
8 и отдам сыны ваша и дщери ваша в руце сынов Иудиных, и продадят я в плен во страну далече сущу, яко Господь глагола.
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”
9 Проповедите сия во языцех, освятите рать, возставите сечцы, приведите и восходите, вси мужие воинстии,
ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
10 разсецыте рала ваша на мечи и серпы ваша на копия: немощный да глаголет, яко могу аз:
ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
11 совокупляйтеся и входите, вси языцы окрест, и соберитеся ту: кроткий да будет храбр.
ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।
12 Да востанут и взыдут вси языцы на юдоль Иосафатову, яко тамо сяду разсудити вся языки яже окрест.
ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
13 Испустите серпы, яко предстоит обымание винограда: внидите, топчите, яко исполнь точило, изливаются подточилия, яко умножишася злобы их.
ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।
14 Гласи прогласишася на поли судебнем, яко близ день Господень на юдоли судебней.
ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
15 Солнце и луна померкнут, и звезды скрыют свет свой.
ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
16 Господь же от Сиона воззовет и от Иерусалима даст глас Свой, и потрясется небо и земля: Господь же пощадит люди Своя и укрепит (Господь) сыны Израилевы.
ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
17 И увесте, яко Аз Господь Бог ваш, вселяяся в Сионе в горе Моей святей: и будет Иерусалим свят, и иноплеменницы не пройдут сквозе его ктому.
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
18 И будет в той день, искаплют горы сладость, и холми источат млеко, и вси источницы Иудины источат воды, и источник от дому Господня изыдет и напоит водотечь Сития.
ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
19 Египет в погибель будет, и Идумеа в поле погибели будет за озлобление сынов Иудиных, понеже пролияша кровь праведную на земли своей:
ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
20 Иудеа же во веки населится, и Иерусалим в роды родов.
ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
21 И взыщу крови их и не обезвиню: и Господь вселится в Сионе.
ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।

< Книга пророка Иоиля 3 >