< 2 Reyes 23 >

1 Entonces el rey envió, y se juntaron a él todos los ancianos de Judá y de Jerusalem.
ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
2 Y subió el rey a la casa de Jehová con todos los varones de Judá, y con todos los moradores de Jerusalem, con los sacerdotes, y profetas, y con todo el pueblo, desde el más chico hasta el grande, y leyó, oyéndolo ellos, todas las palabras del libro del concierto que había sido hallado en la casa de Jehová.
ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
3 Y poniéndose el rey en pie junto a la columna, hizo alianza delante de Jehová, que irían en pos de Jehová, y guardarían sus mandamientos, y sus testimonios, y sus estatutos con todo el corazón, y con toda el alma, y que cumplirían las palabras de la alianza que estaban escritas en aquel libro. Y todo el pueblo confirmó el concierto.
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
4 Entonces el rey mandó a Helcías gran sacerdote, y a los sacerdotes de la segunda orden, y a las guardias de la puerta, que sacasen del templo de Jehová todos los vasos, que habían sido hechos para Baal, y para el bosque, y para toda la corte del cielo, y quemólos fuera de Jerusalem en el campo de Cedrón; e hizo llevar los polvos de ellos a Bet-el.
ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।
5 Y quitó los Camoreos que habían puesto los reyes de Judá, para que quemasen perfumes en los altos en las ciudades de Judá, y en los al derredores de Jerusalem: y asimismo a los que quemaban perfumes a Baal, al sol y a la luna, y a los signos, y a todo el ejército del cielo.
ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
6 Asimismo hizo sacar el bosque fuera de la casa de Jehová, y fuera de Jerusalem al arroyo de Cedrón, y quemólo al arroyo de Cedrón, y tornólo en polvo, y echó el polvo de él sobre los sepulcros de los hijos del pueblo.
ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
7 Asimismo derribó las casas de los sodomíticos que estaban en la casa de Jehová, en las cuales las mujeres tejían pabellones para el bosque.
ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
8 E hizo venir todos los sacerdotes de las ciudades de Judá, y profanó los altos donde los sacerdotes quemaban perfumes, desde Gabaa hasta Beer-seba. Y derribó los altares de las puertas, y los que estaban a la entrada de la puerta de Josué gobernador de la ciudad, y los que estaban a la mano izquierda a la puerta de la ciudad:
ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
9 Empero los sacerdotes de los altos no subían al altar de Jehová en Jerusalem, mas comían panes sin levadura entre sus hermanos.
ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
10 Asimismo profanó a Tofet, que era en el valle del hijo de Ennom; porque ninguno pasase su hijo o su hija por fuego a Moloc.
ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।
11 Asimismo quitó los caballos que los reyes de Judá habían puesto al sol a la entrada del templo de Jehová, en la cámara de Natan-melec eunuco, el cual tenía cargo de los ejidos: y quemó a fuego los carros del sol.
ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
12 Asimismo derribó el rey los altares que estaban sobre la techumbre de la sala de Acaz, que los reyes de Judá habían hecho, y los altares que había hecho Manasés en los dos patios de la casa de Jehová: y de allí corrió, y echó el polvo en el arroyo de Cedrón.
ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।
13 Asimismo profanó el rey los altos, que estaban delante de Jerusalem a la mano derecha del monte de la destrucción, los cuales había edificado Salomón rey de Israel a Astarot abominación de los Sidonios, y a Camos abominación de Moab, y a Melcom, abominación de los hijos de Ammón.
ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
14 Y quebró las estatuas, y taló los bosques, e hinchió el lugar de ellos de huesos de hombres.
ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
15 Asimismo el altar que estaba en Bet-el, y el alto que había hecho Jeroboam, hijo de Nabat, el que hizo pecar a Israel, aquel altar, y el alto, destruyó, y quemó el alto, y el altar tornó en polvo, y puso fuego al bosque.
ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
16 Y volvió Josías, y vio los sepulcros que estaban allí en el monte, y envió, y quitó los huesos de los sepulcros, y quemólos sobre el altar, para contaminarlo, conforme a la palabra de Jehová, la cual había profetizado el varón de Dios que había profetizado estos negocios.
ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
17 Y dijo: ¿Qué título es este que veo? Y los de la ciudad le respondieron: Este es el sepulcro del varón de Dios, que vino de Judá, y profetizó estas cosas que tú has hecho sobre el altar de Bet-el.
ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
18 Y él dijo: Dejádle, ninguno mueva sus huesos; y así fueron escapados sus huesos, y los huesos del profeta que había venido de Samaria.
ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
19 Finalmente todas las casas de los altos, que estaban en las ciudades de Samaria, que habían hecho los reyes de Israel para provocar a ira, Josías las quitó, e hizo de ellas, como había hecho en Bet-el.
ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍‍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
20 Y mató sobre los altares a todos los sacerdotes de los altos, que allí estaban, y quemó sobre ellos los huesos de los hombres, y volvióse a Jerusalem.
ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
21 Y mandó el rey a todo el pueblo, diciendo: Hacéd la pascua a Jehová vuestro Dios, conforme a lo que esta escrito en el libro de esta alianza.
ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
22 No fue hecha tal pascua desde los tiempos de los Jueces, que gobernaron a Israel, ni en todos los tiempos de los reyes de Israel, y de los reyes de Judá.
ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
23 A los diez y ocho años del rey Josías fue hecha aquella pascua a Jehová en Jerusalem.
ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।
24 Asimismo barrió Josías los pitones, adivinos, y terafines, y todas las abominaciones que se veían en la tierra de Judá, y en Jerusalem, para cumplir las palabras de la ley, que estaban escritas en el libro que el sacerdote Helcías había hallado en la casa de Jehová.
ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
25 No hubo tal rey antes de él, que así se convirtiese a Jehová de todo su corazón y de toda su alma, y de todas sus fuerzas, conforme a toda la ley de Moisés, ni después de él nació otro tal.
ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
26 Con todo eso Jehová no se volvió de la ira de su gran furor, con que su ira se había encendido contra Judá, por todas las provocaciones con que Manasés le había provocado a ira,
ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
27 Y dijo Jehová: También tengo de quitar de mi presencia a Judá, como quité a Israel: y tengo de abominar a esta ciudad, que había escogido, a Jerusalem, y a la casa de la cual yo había dicho: Mi nombre será allí.
ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
28 Lo demás de los hechos de Josías, y todas las cosas que hizo, ¿no está todo escrito en el libro de las crónicas de los reyes de Judá?
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29 En aquellos días subió Faraón Necao rey de Egipto, contra el rey de Asiria al río de Éufrates, y salió contra él el rey Josías, y él, luego que le vio, matóle en Mageddo.
ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
30 Y sus siervos le pusieron en un carro, y trajéronle muerto de Mageddo a Jerusalem, y sepultáronle en su sepulcro. Entonces el pueblo de la tierra tomó a Joacaz, hijo de Josías, y ungiéronle: y pusiéronle por rey en lugar de su padre.
ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
31 Joacaz era de veinte y tres años, cuando comenzó a reinar, y reinó tres meses en Jerusalem, el nombre de su madre fue Amital, hija de Jeremías de Lebna.
ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
32 Este hizo lo malo en ojos de Jehová, conforme a todas las cosas que sus padres habían hecho.
ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
33 Y echóle preso Faraon-necao en Rebla en la provincia de Emat, reinando él en Jerusalem: e impuso de pena sobre la tierra cien talentos de plata, y uno de oro.
ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
34 Entonces Faraon-necao puso por rey a Eliacim, hijo de Josías, en lugar de Josías su padre, y mudóle el nombre, y llamóle Joacim: y tomó a Joacaz y llevóle a Egipto, y murió allá.
ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
35 Y Joacim pagó a Faraón la plata y el oro: e hizo apreciar la tierra para dar este dinero conforme al mandamiento de Faraón, sacando de cada uno, según la estimación de su hacienda, la plata y oro de todo el pueblo de la tierra para dar a Faraon-necao.
ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
36 De veinte y cinco años era Joacim cuando comenzó a reinar, y once años reinó en Jerusalem, el nombre de su madre fue Zebuda, hija de Padaia de Ruma.
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
37 Este hizo lo malo en ojos de Jehová, conforme a todas las cosas que sus padres habían hecho.
ଏହି ଯିହୋୟାକୀମ୍‍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

< 2 Reyes 23 >