< Jeremías 45 >

1 Palabra que habló Jeremías profeta a Baruc, hijo de Nerías, cuando escribía en el libro estas palabras de la boca de Jeremías, el año cuarto de Joacim, hijo de Josías, rey de Judá, diciendo:
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,
2 Así dijo Jehová Dios de Israel a ti, Baruc:
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
3 Dijiste: ¡Ay de mi ahora! porque me ha añadido Jehová tristeza sobre mi dolor: trabajé con mi gemido, y no he hallado descanso.
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
4 Decirle has así: Así dijo Jehová: He aquí que yo destruyo los que edifiqué, y arranco los que planté, y toda esta tierra.
ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
5 ¿Y tú buscas para ti grandezas? No busques; porque he aquí que yo traigo mal sobre toda carne, dijo Jehová, y a ti darte he tu vida por despojo en todos los lugares donde fueres.
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”

< Jeremías 45 >