< San Mateo 3 >

1 Y EN aquellos días vino Juan el Bautista predicando en el desierto de Judea,
ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
2 Y diciendo: Arrepentíos, que el reino de los cielos se ha acercado.
“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
3 Porque éste es aquel del cual fué dicho por el profeta Isaías, que dijo: Voz de uno que clama en el desierto: Aparejad el camino del Señor, enderezad sus veredas.
ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”
4 Y tenía Juan su vestido de pelos de camellos, y una cinta de cuero alrededor de sus lomos; y su comida era langostas y miel silvestre.
ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
5 Entonces salía á él Jerusalem, y toda Judea, y toda la provincia de alrededor del Jordán;
ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,
6 Y eran bautizados de él en el Jordán, confesando sus pecados.
ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
7 Y viendo él muchos de los Fariseos y de los Saduceos, que venían á su bautismo, decíales: Generación de víboras, ¿quién os ha enseñado á huir de la ira que vendrá?
କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
8 Haced pues frutos dignos de arrepentimiento,
ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
9 Y no penséis decir dentro de vosotros: A Abraham tenemos por padre: porque yo os digo, que puede Dios despertar hijos á Abraham aun de estas piedras.
ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
10 Ahora, ya también la segur está puesta á la raíz de los árboles; y todo árbol que no hace buen fruto, es cortado y echado en el fuego.
ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
11 Yo á la verdad os bautizo en agua para arrepentimiento; mas el que viene tras mí, más poderoso es que yo; los zapatos del cual yo no soy digno de llevar; él os bautizará en Espíritu Santo y [en] fuego.
ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
12 Su aventador en su mano está, y aventará su era: y allegará su trigo en el alfolí, y quemará la paja en fuego que nunca se apagará.
ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
13 Entonces Jesús vino de Galilea á Juan al Jordán, para ser bautizado de él.
ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।
14 Mas Juan lo resistía mucho, diciendo: Yo he menester ser bautizado de ti, ¿y tú vienes á mí?
କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”
15 Empero respondiendo Jesús le dijo: Deja ahora; porque así nos conviene cumplir toda justicia. Entonces le dejó.
ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।
16 Y Jesús, después que fué bautizado, subió luego del agua; y he aquí los cielos le fueron abiertos, y vió al Espíritu de Dios que descendía como paloma, y venía sobre él.
ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
17 Y he aquí una voz de los cielos que decía: Este es mi Hijo amado, en el cual tengo contentamiento.
ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”

< San Mateo 3 >