< Luka 2 >

1 Siku zile Kaisari Augusto alitoa amri kwamba watu wote waandikishwe katika ulimwengu wa Kirumi.
ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
2 (Orodha hii ndiyo ya kwanza iliyofanyika wakati Krenio alikuwa mtawala wa Shamu).
ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
3 Kila mtu alikwenda kuandikishwa katika mji wake alikozaliwa.
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
4 Hivyo Yosefu akapanda kutoka mji wa Nazareti ulioko Galilaya kwenda Uyahudi, mpaka Bethlehemu, mji wa Daudi, kwa sababu yeye alikuwa wa ukoo na wa nyumba ya Daudi.
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5 Alikwenda huko kujiandikisha pamoja na Maria, ambaye alikuwa amemposa naye alikuwa mjamzito.
ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
6 Wakiwa Bethlehemu, wakati wa Maria wa kujifungua ukawa umetimia,
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
7 naye akamzaa mwanawe, kifungua mimba. Akamfunika nguo za kitoto na kumlaza katika hori ya kulia ngʼombe, kwa sababu hapakuwa na nafasi katika nyumba ya wageni.
ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
8 Katika eneo lile walikuwako wachungaji waliokuwa wakikaa mashambani, wakilinda makundi yao ya kondoo usiku.
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
9 Ghafula tazama, malaika wa Bwana akawatokea, nao utukufu wa Bwana ukawangʼaria kotekote, wakaingiwa na hofu.
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
10 Lakini malaika akawaambia: “Msiogope. Kwa maana tazama nawaletea habari njema za furaha itakayokuwa kwa watu wote.
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
11 Leo katika mji wa Daudi kwa ajili yenu amezaliwa Mwokozi, ndiye Kristo Bwana.
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
12 Hii ndiyo itakayokuwa ishara kwenu: Mtamkuta mtoto mchanga amefunikwa nguo za kitoto na kulazwa katika hori ya kulia ngʼombe.”
ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।
13 Ghafula pakawa na jeshi kubwa la mbinguni pamoja na huyo malaika wakimsifu Mungu wakisema,
ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
14 “Atukuzwe Mungu juu mbinguni, na duniani iwe amani kwa watu aliowaridhia.”
“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
15 Hao malaika walipokwisha kuondoka na kwenda zao mbinguni, wale wachungaji wakasemezana wao kwa wao, “Twendeni Bethlehemu tukaone mambo haya ya ajabu yaliyotukia, ambayo Bwana ametuambia habari zake.”
ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।
16 Hivyo wakaenda haraka Bethlehemu, wakawakuta Maria na Yosefu na yule mtoto mchanga akiwa amelala katika hori la kulia ngʼombe.
ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
17 Walipomwona yule mtoto, wakawaeleza yale waliyokuwa wameambiwa kuhusu huyo mtoto.
ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
18 Nao wote waliosikia habari hizi wakastaajabia yale waliyoambiwa na wale wachungaji wa kondoo.
ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
19 Lakini Maria akayaweka mambo haya yote moyoni mwake na kuyatafakari.
କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
20 Wale wachungaji wakarudi, huku wakimtukuza Mungu na kumsifu kwa ajili ya mambo yote waliyokuwa wameambiwa na kuyaona.
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
21 Hata zilipotimia siku nane, ulikuwa ndio wakati wa kumtahiri mtoto, akaitwa Yesu, jina alilokuwa amepewa na malaika kabla hajatungwa mimba.
ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
22 Ulipotimia wakati wa utakaso wake Maria kwa mujibu wa Sheria ya Mose, basi Yosefu na Maria walimpeleka mtoto Yerusalemu, ili kumweka wakfu kwa Bwana
ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23 (kama ilivyoandikwa katika Sheria ya Bwana, kwamba, “Kila mtoto wa kiume kifungua mimba atawekwa wakfu kwa Bwana”),
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
24 na pia kutoa dhabihu kulingana na yale yaliyonenwa katika Sheria ya Bwana: “Hua wawili au makinda mawili ya njiwa.”
ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
25 Basi alikuwako huko Yerusalemu mtu mmoja jina lake Simeoni, ambaye alikuwa mwenye haki na mcha Mungu, akitarajia faraja ya Israeli, na Roho Mtakatifu alikuwa juu yake.
ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
26 Roho Mtakatifu alikuwa amemfunulia kuwa hatakufa kabla hajamwona Kristo wa Bwana.
ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
27 Simeoni, akiwa ameongozwa na Roho Mtakatifu, alikwenda Hekaluni. Wazazi walipomleta mtoto Yesu ili kumfanyia kama ilivyokuwa desturi ya Sheria,
ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
28 ndipo Simeoni akampokea mtoto mikononi mwake na kumsifu Mungu, akisema:
ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,
29 “Bwana Mwenyezi, kama ulivyoahidi, sasa wamruhusu mtumishi wako aende zake kwa amani.
“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
30 Kwa maana macho yangu yameuona wokovu wako,
କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
31 ulioweka tayari machoni pa watu wote,
ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
32 nuru kwa ajili ya ufunuo kwa watu wa Mataifa na kwa ajili ya utukufu kwa watu wako Israeli.”
ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”
33 Naye Yosefu na mama yake mtoto wakastaajabu kwa yale yaliyokuwa yamesemwa kumhusu huyo mtoto.
ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।
34 Kisha Simeoni akawabariki, akamwambia Maria mama yake, “Mtoto huyu amewekwa kwa makusudi ya kuanguka na kuinuka kwa wengi katika Israeli. Atakuwa ishara ambayo watu watanena dhidi yake,
ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35 ili mawazo ya mioyo mingi yadhihirike. Nao upanga utauchoma moyo wako.”
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
36 Tena alikuwako Hekaluni nabii mmoja mwanamke, jina lake Ana binti Fanueli, wa kabila la Asheri. Alikuwa mzee sana; naye alikuwa ameolewa na kuishi na mume kwa miaka saba tu, kisha mumewe akafa.
ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
37 Hivyo alikuwa mjane na umri wake ulikuwa miaka themanini na minne. Yeye hakuondoka humo Hekaluni usiku wala mchana, bali alikuwa akimwabudu Mungu, akifunga na kuomba.
ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
38 Wakati huo huo, Ana alikuja akaanza kusifu, akimshukuru Mungu na kusema habari za huyo mtoto kwa watu wote waliokuwa wakitarajia ukombozi wa Yerusalemu.
ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
39 Yosefu na Maria walipokuwa wamekamilisha mambo yote yaliyotakiwa na Sheria ya Bwana, walirudi mjini kwao Nazareti huko Galilaya.
ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
40 Naye yule mtoto akakua na kuongezeka nguvu, akiwa amejaa hekima, na neema ya Mungu ilikuwa juu yake.
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
41 Kila mwaka Yosefu na Maria mama yake Yesu walikuwa na desturi ya kwenda Yerusalemu kwa ajili ya Sikukuu ya Pasaka.
ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
42 Yesu alipokuwa na umri wa miaka kumi na miwili, walipanda kwenda kwenye Sikukuu hiyo kama ilivyokuwa desturi.
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
43 Baada ya Sikukuu kumalizika, wakati Yosefu na Maria mama yake walipokuwa wakirudi nyumbani, Yesu alibaki Yerusalemu lakini hawakutambua.
ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।
44 Wao wakidhani kuwa yuko miongoni mwa wasafiri, walienda mwendo wa kutwa nzima. Ndipo wakaanza kumtafuta miongoni mwa jamaa zao na marafiki.
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
45 Walipomkosa walirudi Yerusalemu ili kumtafuta.
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
46 Baada ya siku tatu wakamkuta ndani ya Hekalu, akiwa ameketi katikati ya walimu wa sheria, akiwasikiliza na kuwauliza maswali.
ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
47 Wote waliomsikia walistaajabishwa na uwezo wake mkubwa wa kuelewa, na majibu aliyoyatoa.
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
48 Yosefu na Maria mama yake walipomwona walishangaa. Mama yake akamuuliza, “Mwanangu, mbona umetufanyia hivi? Tazama, mimi na baba yako tumekuwa tukikutafuta kwa wasiwasi mkubwa kila mahali.”
ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
49 Yesu akawaambia, “Kwa nini kunitafuta? Hamkujua kwamba imenipasa kuwa katika nyumba ya Baba yangu?”
ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”
50 Lakini wao hawakuelewa maana ya lile alilowaambia.
କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।
51 Ndipo akashuka pamoja nao hadi Nazareti, naye alikuwa mtiifu kwao. Lakini mama yake akayaweka moyoni mwake mambo haya yote.
ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
52 Naye Yesu akakua katika hekima na kimo, akimpendeza Mungu na wanadamu.
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।

< Luka 2 >