< 1 Samweli 1 >

1 Palikuwa na mtu mmoja wa Rama Msufi, wa nchi ya milima milima ya Efraimu; jina lake aliitwa Elikana mwana Yerohamu mwana Elihu mwana wa Tohu mwana wa Sufu, Mwefraimu.
ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
2 Mtu huyo alioa wanawake wawili, jina la mke wa kwanza aliitwa Hana, na yule wa pili aliitwa Penina, Penina alizaa watoto, lakini Hana hakuzaa.
ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
3 Kila mwaka, mtu huyu aliondoka mjini kwake kwenda kuabudu na kutoa dhabihu kwa BWANA wa majeshi huko Shilo. Wana wawili wa Eli, Hofni na Finehasi, makuhani wa BWANA, walikuwepo huko Shilo.
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।
4 Kila mwaka zamu ya Elikana ya kutoa dhabihu ilipofika, alikuwa daima akimpa sehemu ya nyama Penina mkewe, watoto wake wote wa kiume na wakike
ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
5 Lakini kwa mgawo wa Hana daima alimpa mara mbili zaidi, kwa sababu alimpenda Hana, ingawa BWANA alikuwa amelifunga tumbo lake.
ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
6 Hasimu wake alimchokoza sana ili kumkasilisha, kwa sababu BWANA alikuwa amelifunga tumbo lake. 8
ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
7 Hivyo kila mwaka, alipokuwa akienda katika nyumba ya BWANA pamoja na familia yake, hasimu wake alizidi kumchokoza, Hatimaye alikuwa mtu wa kulia kila wakati na hakula kitu chochote.
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
8 Elikana mmewe kila wakati alimuuliza, “Hana, kwa nini unalia? Kwa nini huli chakula? Kwa nini una huzuni moyoni mwako? Mimi sibora kwako kuliko wana kumi?
ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
9 Wakati fulani, walipokuwa wamemaliza kula na kunywa huko Shilo, Hana alinyanyuka. Wakati huo Eli, kuhani alikuwa amekaa juu ya kiti chake mlangoni kuelekea nyumba ya BWANA.
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
10 Hana alijawa na uchungu sana; akamwomba BWANA na akalia mno.
ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
11 Aliweka nadhili na kusema, “BWANA wa majeshi, kama utalitazama teso la mjakazi wako na kunikumbuka, na usipomsahau mjakazi wako, na kumpatia mjakazi wako mtoto wa kiume, ndipo nitamtoa huyo mtoto kwa BWANA siku zote za maisha yake, na wembe hautapita juu ya kichwa chake kamwe”.
ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
12 Hana kiendelea kuomba mbele za BWANA, Eli alikitazama kinywa chake.
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
13 Hana aliongea moyoni mwake. Midomo yake ilitikisika, lakini sauti yake haikusikika. Hivyo Eli alimdhania kuwa amelewa.
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
14 Eli akamwambia, “Utakuwa mlevi mpaka lini? Weka mbali divai yako.”
ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
15 Hana akajibu, “Sivyo bwana wangu, mimi ni mwanamke mwenye roho ya huzuni. Sijanywa divai wala kinywaji chochote cha kulevya, bali nimekuwa nikiimimina nafsi yangu mbele za BWANA.”
ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
16 Usimchukulie mjakazi wako kama mwanamke duni; nimekuwa nikiongea kutokana na maumivu na masikitiko yangu.” 18
ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
17 Kisha Eli alimjibu na kusema, “Nenda kwa amani; na Mungu wa Israeli akupatie kile ulichomuomba.”
ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
18 Hana akasema, “Na mjakazi wako apate kibali machoni pako.” Ndipo huyo mwanamke alienda zake na kula chakula na hakuhuzunika tena.
ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
19 Waliamka asubuhi na mapema wakaenda wakamtukuza BWANA, na baadaye walirudi nyumbani kwao Rama. Elikana alilala na mke wake Hana, na BWANA akamkumbuka.
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
20 Baada ya muda fulani, Hana alibeba mimba na akazaa mtoto wa kiume. Akamwita jina lake Samweli, akasema, “Kwa sababu huyu nilimuomba kutoka kwa BWANA.”
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
21 Mara nyingine, Elikana na nyumba yake, walipanda kwenda kumtolea BWANA dhabihu ya Mwaka na kuondoa nadhiri yake.
ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
22 Lakini Hana hakwenda huko; alikuwa amekwisha mwambia mmewe, “Sitaenda huko hadi mtoto aache kunyonya; ndipo nitamleta, ili ahudhurie mbele za BWANA na akae huko daima.”
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
23 Mme wake Hana, Elikana, akamwambia, “Fanya yale yakupendezayo. Ngojea hadi utakapokuwa umemwachisha kunyonya; BWANA aweze peke yake kuthibitisha neno lake.” Hivyo yule mwanamke alibaki akimnyonyesha mtoto wake mpaka pale alipomwachisha ziwa.
ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
24 Alipokuwa amemwachisha kunyonya, alimbeba, akimchukua pamoja ng'ombe dume wa miaka mitatu, unga kama kilo thelathini na chupa ya mvinyo, akampeleka katika nyumba ya BWANA huko Shilo. Na mtoto huyo alikuwa bado mdogo.
ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
25 Walimchinja yule ng'ombe, na wakamkabidhi mtoto kwa Eli.
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
26 Akasema, “Ee bwana wangu! Kama uishivyo, bwana wangu, Mimi ndiye yule mwanamke niliyesimama hapa karibu nawe nikimwomba BWANA.
ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
27 Niliomba kwa ajili ya mtoto huyu na BWANA akawa amenijibu ombi la dua yangu nililomwomba.
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
28 Nami nimemtoa kwa BWANA; kwa maisha yake yote, nimempa BWANA.” Ndipo Elikana na familia yake wakamtukuza BWANA huko Shilo.
ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

< 1 Samweli 1 >