< 1 Samweli 25 >

1 Basi Samweli akafariki. Waisraeli wote wakakusanyika pamoja na kumwomboleza, na wakamzika nyumbani kwake huko Rama. Kisha Daudi akainuka na akashuka hadi jangwa la Parani.
ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।
2 Kulikuwa na mtu mmoja huko Maoni, na mali zake zilikuwa huko Karmali. Mtu huyo alikuwa tajiri sana. Alikuwa na kondoo elfu tatu na mbuzi elfu moja. Naye alikuwa akiwakata manyoya kondoo wake huko Karmeli.
ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
3 Na mtu huyo aliitwa Nabali, na jina la mke wake aliitwa Abigaili. Mwanamke huyo alikuwa mwenye busara na mzuri kwa sura. Lakini mwanaume alikwa mkaidi na mwovu katika mambo yake. Alikuwa wa uzao wa nyumba ya Kalebu.
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।
4 Daudi akasikia akiwa jangwani kwamba Nabali alikuwa akiwakata manyoya kondoo wake.
ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।
5 Hivyo Daudi aliwatuma kwake vijana kumi. Akawaambia wale vijana, “Pandeni kwanda Karmeli, mwendeeni Nabali, na mkamsalimie kwa jina langu.
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।
6 Mtamwambia, 'Uishi katika baraka, Uwe na amani na nyumba yako iwe na amani, na wote ulionao wawe na amani.
ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।
7 Nasikia kwamba unao wakata manyoya. Wachungaji wako walikuwa pamoja nasi, na hatukuwafanyia ubaya, na muda wote wakiwa Karmeli hawakupotelewa kitu chochote.
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
8 Waulize vijana wako, nao watakuambia. Basi vijana wangu wapate kibali machoni pako, maana tumefika siku ya sherehe. Tafadhali utoe cho chote ulicho nacho mkononi kwa watumishi wako na kwa Daudi mwanao.'”
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”
9 Vijana wa Daudi walipofika, walimwambia Nabali yote haya kwa niaba ya Daudi na kisha wakasubiri.
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
10 Nabali akawajibu watumishi wa Daudi, “Daudi ni nani? Na ni nani mwana wa Yese? Siku hizi wapo watumishi wengi wanaotoroka bwana zao.
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।
11 Je, nichukue mkate wangu na maji yangu na nyama yangu ambayo nimewachinjia wakata manyoya wangu, na niwape watu wanaotoka nisikokujua?”
ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”
12 Hivyo vijana wa Daudi waligeuka na kurudi, nakumwambia kila kitu kilichosemwa.
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରିଗଲେ ଓ ତାଙ୍କ ନିକଟକୁ ଆସି ସେହି ସବୁ କଥା ତାଙ୍କୁ ଜଣାଇଲେ।
13 Daudi akawaambia watu wake, “Kila mtu ajifunge upanga wake.” Kila mtu akajifunga upanga wake. Daudi naye pia akajifunga upanga wake. Yapata kama watu mia nne wakafuatana na Daudi, na wengine mia mbili walibaki kulinda mizigo yao.
ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧ।” ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି, ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ।
14 Lakini kijana mmojawapo alimwambia Abigaili, mke wa Nabali akasema, “Daudi aliwatuma wajumbe kutoka jangwani waje wamsalimu bwana wetu, na yeye akawatukana.
ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।
15 Bado watu hawa walitutendea mema. Hatukudhurika na hatukupoteza chochote wakati wote tulipotembea nao tulipokuwa mbugani.
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି, ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
16 Walikuwa ukuta wetu usiku na mchana, wakati wote tulikuwa pamoja nao tukichunga kondoo.
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
17 Kwa hiyo tambua hili na zingatia utafanya nini, maana ubaya unamvizia bwana wetu, na utakuwa juu ya nyumba yake yote. Yeye ni mtu asiyefaa na hakuna awezaye kushauriana naye.”
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”
18 Ndipo Abigaili akaharakisha na akachukuwa mikate mia mbili, chupa mbili za divai, kondoo watano waliokwisha andaliwa, vipimo vitano vya bisi, vishada mia moja vya zabibu, na mikate mia mbili ya tini na akavipakia juu ya punda.
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
19 Akamwambia kijana wake, “Tangulia mbele yangu, nami nitakuja nyuma yako.” Lakini hakumwambia mmewe Nabali.
ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
20 Alipokuwa akienda juu ya punda wake na kutelemka penye kificho cha mlima, Daudi na watu wake walishuka chini wakimwelekea Abigaili, naye akakutana nao.
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।
21 Basi Daudi alikuwa amesema, “Hakika nimelinda bure vyote alivyonavyo mtu huyu huko nyikani, na vyote alivyonavyo hakuna kilichopotea, pamoja na hayo amenilipa mabaya badala ya mema.
ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।
22 Mungu na anitendee hivyo mimi, Daudi, pia iwe zaidi, iwapo nitamwacha hata mtu mmoja wa kwake akiwa hai ifikapo kesho asubuhi.
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
23 Abigaili alipomwona Daudi, aliharakisha na kushuka chini ya punda wake, akalala kifudifudi na kujiinamisha hadi chini.
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।
24 Akamwangukia miguuni pake na kusema, “Juu yangu tu, bwana wangu, na uwe uovu. Tafadhali acha mjakazi wako aseme nawe, tena uyasikilize maneno ya mjakazi wako.
ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।
25 Nakusihi bwana wangu usimjali mtu huyu asiyefaa, Nabali, kwa maana kama jina lake lilivyo, ndivyo alivyo. Jina lake ni Nabali, na upumbavu uko pamoja naye. Lakini mimi mjakazi wako sikuwaona vijana wa bwana wangu, uliowatuma.
ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
26 Sasa basi, bwana wangu, kama BWANA aishivyo, na kama unavyoishi, kwa kuwa BWANA amekuondoa kutoka kumwaga damu, na kuacha kulipiza kisasi kwa mkono mwenyewe, basi adui zako, na wale ambao wanatafuta kumfanyia uovu bwana wangu, wawe kama Nabali
ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।
27 Na sasa zawadi hii ambayo mjakazi wako ameileta kwa bwana wangu, na wapewe vijana ambao wanamfuata bwana wangu.
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟି ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ।
28 Tafadhali ulisamehe kosa la mjakazi wako, maana BWANA hakika atamfanyia bwana wangu nyumba imara, kwa sababu bwana wangu anapigana vita vya BWANA; na uovu hautaonekana ndani yako maadamu unaishi.
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।
29 Na ingawa watu wangeinuka na kukuandama ili wakuue, bado uhai wa bwana wangu utafungwa katika furushi la walio hai na BWANA Mungu wako; na atayatupa maisha ya adui zako mbali, kama vile kutoka katika mfuko wa kombeo.
ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
30 Na itakuwa, BWANA atakapokuwa amemtimizia bwana wangu mambo yote mazuri ambayo amekuahidi, na alivyokufanya kiongozi juu ya Israeli,
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
31 jambo hili halitakuwa huzuni kwako, wala chukizo moyoni kwa bwana wangu, kwa sababu hukumwaga damu bila sababu, na hujajilipizia kisasi. Na BWANA akikuletea mafanikio, umkumbuke mjakazi wako.”
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”
32 Ndipo Daudi akamwambia Abigaili, “BWANA, Mungu wa Israeli, abarikiwe, aliyekutuma uonane na mimi leo.
ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
33 Na hekima yako ibarikiwe, nawe umebarikiwa, kwa sababu leo umenizuia nisiwe na hatia ya kumwaga damu, na kutojilipizia kisasi kwa mkono wangu mwenyewe.
ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
34 Kwa kweli, kama BWANA, Mungu wa Israeli, aishivyo, ambaye amenizuia nisikuumize, kama usinge harakisha kuja ukutane nami, kwa hakika kesho asubuhi asinge salia hata mtoto mmoja wa kiume kwa Nabali.”
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”
35 Kwa hiyo Daudi akavipokea kutoka mkononi mwake vile alivyokuwa amemletea; akamwambia, “Nenda kwa amani hadi nyumbani kwako; tazama, nimeisikiliza sauti yako na nimekubali.”
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, “କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି।”
36 Abigaili akarudi kwa Nabali; tazama, alikuwa akifanya sherehe katika mji wake, kama sherehe ya mfalme; na moyo wa Nabali ulifurahi ndani yake, kwa sababu alikwa amelewa sana. Kwa hiyo hakumwambia chochote kabisa hadi kulipopambazuka
ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
37 Ikawa asubuhi, divai ilipokuwa imemtoka Nabali, basi mkewe akamwambia mambo hayo; moyo wake ukafa ndani yake, na akawa kama jiwe.
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
38 Ikawa baada ya siku kumi BWANA alimpiga Nabali naye akafa.
ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।
39 Naye Daudi aliposikia kwamba Nabali amekufa, akasema, “BWANA abarikiwe, aliyenichukulia hatua ya shutuma yangu kutoka mkono wa Nabali, na kumzuia mtumishi wake asifanye maovu. Na amemrudishia Nabali tendo la uovu juu ya kichwa chake mwenyewe.” Ndipo Daudi akawatuma watu wakaongee na Abigaili, ili amchukue awe mke wake.
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
40 Watumishi wake Daudi walipofika kwa Abigaili huko Karmeli, wakaongea naye na kusema, “Daudi ametutuma kwako tukuchukue hadi kwake uwe mke wake.”
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”
41 Abigaili aliinuka, akainamisha uso chini, na akasema, “Tazama, mjakazi wako ni mtumwa aoshaye miguu ya watumishi wa bwana wangu.”
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
42 Akaharakisha na kuamka, akapanda punda akiwa na vijakazi wake watano waliofuatana naye; akawafuata wajumbe wa Daudi, na akawa mke wake.
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
43 Daudi pia alimchukua Ahinoamu wa Yezreeli akamwoa; wote wawili wakawa wake zake.
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
44 Wakati huo Sauli alikuwa amempa Palti, mwana wa Laishi mtu wa Galimu, Mikali, binti yake, aliyekuwa mke wa Daudi.
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।

< 1 Samweli 25 >