< 2 Samweli 11 >

1 Ikawa wakati wa majira ya kipupwe, wakati ambapo kwa kawaida wafalme huenda vitani, Daudi akamtuma Yoabu, mtumishi wake, na jeshi lote la Israeli. Wakaliaribu jeshi la Amoni na kuuhusuru Raba. Lakini Daudi akakaa Yerusalemu.
ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।
2 Hivyo ikawa siku moja wakati wa jioni Daudi akaamka kutoka kitandani na akatembea katika dari la kasri. Akiwa pale akamwona mwanamke aliyekuwa akioga, mwanamke yule alikuwa mzuri sana kwa mwonekano.
ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
3 Hivyo Daudi akatuma na kuuliza watu waliomfahamu yule mwanamke. Mtu mmoja akasema, “Je huyu siye Bathsheba, binti Eliamu, naye si mke wa Uria mhiti?
ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”
4 Daudi akatuma wajumbe nao wakamchukua; akaja kwake, na akalala naye(kwani ndo alikuwa amejitakasa kutoka siku zake). Kisha akarudi nyumbani kwake.
ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।
5 Mwanamke akawa mjamzito, naye akatuma na kumwambia Daudi; akasema, “mimi ni mjamzito.”
ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।
6 Kisha Daudi akatuma watu kwa Yoabu kusema, “Umtume kwangu Uria mhiti.” Hivyo Yoabu akamtuma Uria kwa Daudi.
ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।
7 Uria alipofika, Daudi akamuuliza hali ya Yoabu. Jinsi jeshi lilivyokuwa likiendelea, na jinsi vita vilivyokuwa vinaendelea.
ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।
8 Daudi akamwambia Uria, “Shuka nyumbani kwako, unawe miguu yako. “Hivyo Uria akaondoka katika kasri la mfalme, mfalme akamtumia zawadi kwa Uria.
ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
9 Lakini Uria akalala pamoja na watumishi wa bwana wake katika lango la kasri, wala hakushuka nyumbani kwake.
ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।
10 Daudi alipoambiwa, “Uria hakushuka nyumbani kwake,” akamwambia Uria, Je haukutoka safarini? Kwa nini haukushuka nyumbani kwako?”
ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”
11 Uria akamjibu Daudi, “Sanduku, na Israeli na Yuda wamo kwenye mahema, na Yoabu na watumishi wa bwana wangu wamepiga hema uwandani. Jinsi gani basi mimi naweza kwenda nyumbani kwangu kula kunywa na kulala na mke wangu? kwa hakika kama uishivyo, sitafanya hivyo.
ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।”
12 Hivyo Daudi akamwambia Uria, “Ukae leo pia, kesho nitakuacha uende.” Kwa hiyo uria akakaa Yerusalemu siku hiyo na iliyofuata.
ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।
13 Daudi alipomwita, alikula na kunywa pamoja naye, Daudi akamfanya alewe. Wakati wa jioni Uria akaenda kulala kitandani pake pamoja na watumish wa bwana wake; hakushuka nyumbani kwake.
ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।
14 Hivyo asubuhi Daudi akamwandikia Yoabu barua, naye akaituma kwa mkono wa Uria.
ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।
15 Ndani ya barua Daudi aliandika hivi, “Mweke Uria mbele ya vita vikali sana, na kisha, mmwache, ili apigwe na afe.
ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”
16 Hivyo Yoabu alipoona mji ukizingirwa, alimweka Uria katika sehemu aliyojua askari adui wenye nguvu wangekuwa wakipigana.
ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।
17 Wakati watu wa mji walipotoka na kupigana dhidi ya jeshi la Yoabu, baadhi ya askari wa Daudi wakaanguka, na Uria Mhiti pia akauwawa.
ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।
18 Wakati Yoabu alipotuma neno kwa mfalme kuhusu hali ya vita,
ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;
19 alimwagiza mjumbe, kusema, “Utakapomaliza kumwambia mfalme kuhusu hali ya vita,
ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,
20 yawezekana mfalme akakasirika, naye akakwambia, 'Kwa nini mlipigana na mji kwa karibu hivyo, hamkujua kwamba wangeweza kushambulia kutokea ukutani?
ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?
21 Ni nani aliyemwua Abimeleki mwana wa Yerubeshethi? Siye mwanamke aliyerusha jiwe la kusagia juu yake kutoka ukutani, hata akafa huko Thebesi? Kwanini basi mliukaribia ukuta jinsi hiyo? Nawe umjibu, 'Uria mtumishi wako amekufa pia.”
ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
22 Hivyo mjumbe akaondoka na kwenda kwa Daudi akamwambia kila jambo ambalo Yoabu alimtuma kusema.
ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।
23 Na mjumbe akamwambia Daudi, “Mwanzoni adui walikuwa na nguvu kuliko sisi; walitukabili uwandani, lakini tukawarudisha nyuma kwenye maingilio ya lango.
ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।
24 Na wapiga mishale wao wakawarushia watumishi wako kutoka ukutani, na baadhi ya watumishi wa mfalme wameuawa, na mtumishi wako Uria mhiti pia ameuawa.”
ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”
25 Kisha Daudi akamwambia mjumbe, “Mwambie hivi Yoabu, 'Usiruhusu jamba hili likuhuzunishe, kwa maana upanga huangamiza huyu kama uangamizavyo na mwingine. Vifanye vita vyako kuwa vyenye nguvu zaidi dhidi ya mji, na uuteke.' Mtie moyo Yoabu.”
ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”
26 Hivyo mke Uria aliposikia kwamba mme wake amekufa, akaomboleza sana kwa ajili yake.
ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।
27 Huzuni yake ilipoisha, Daudi akatuma na kumchukua kwake katika kasri lake, naye akawa mkewe na akamzalia mwana. Lakini alichokifanya Daudi hakikumpendeza Yahwe.
ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।

< 2 Samweli 11 >