< Torati 8 >

1 Mnapaswa kuyashika maagizo yote ninayowapa leo, ili kwamba mweze kuishi na kuongezeka, na kuingia na kuimiliki nchi ambayo Yahwe aliaapa kwa baba zenu.
ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
2 Mtakumbuka akilini njia zote ambazo Yahwe Mungu amewaongoza miaka hii arobaini kwenye jangwa, ili kwamba apate kuwanyenyekeza, ili kwamba awajaribu kujua nini kilikuwa ndani ya mioyo yenu, kama mungeweza kuyashika maagizo yake au hapana.
ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
3 Aliwanyenyekeza, na kuwafanya kuwa na njaa, na kuwalisha manna, ambayo hamkuijua na ambayo baba zenu hawakuijua. Alifanya hivyo kuwafanya nyie kujua si kwa mkate tu watu wanaishi, badala ni kwa chochote hutoka kwenye kinywa cha Yahwe kwamba watu wanaishi.
ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
4 Mavazi yenu hayakuchanika na kudondoka, na miguu yenu haikuvimba kipindi cha miaka hiyo arobaini.
ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।
5 Mtatafakari katika mioyo yenu kuhusu, namna, kama mtu anavyo mwadibisha kijana wake, hivyo Yahwe Mungu wenu anawadibisha ninyi.
ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।
6 Mtayashika maagizo ya Yahwe Mungu wenu, ili kwamba mweze kutembea katika njia zake na kumheshimu.
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।
7 Kwa kuwa Yahwe Mungu wenu anawaleta katika nchi nzuri, nchi ya vijito vya maji, visima na chemchemi, vitiririkavyo kwenda kwenye mabonde na miongoni mwa milima,
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
8 nchi ya ngano na shayiri, mizabibu, mtini, na komamanga; nchi mizeituni na asali.
ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;
9 Ni nchi ambayo mtakula mkate bila kupungukiwa, na ambapo mtaenda bila chochote; nchi ambayo mawe yametengenezwa kwa chuma, na kutokana na milima mtaweze kuchimba shaba.
ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।
10 Mtakula na kushiba, na mtambariki Yahwe Mungu wenu kwa nchi nzuri ambayo amewapa.
ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
11 Iweni makini kwamba msimsahau Yahwe Mungu wenu, na kwamba msipuuzie maagizo yake, hukumu zake, na sheria zake ambazo ninakuamuru leo,
ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।
12 vinginenyo unapokula na ukashiba, na wakati unajenga nyumba nzuri na kuishi ndani zao.
ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
13 Na muwe makini wakati makundi yenu na mifugo yenu ikiongezeka, na wakati wa fedha zenu na dhahabu zenu zikiongezeka, na vyote mlivyonavyo kuongezeka,
ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,
14 basi kwamba mioyo yenu iliniuliza juu ya kumsahau Yahwe Mungu wenu-aliyewaleta kutoka nchi ya Misri, toka nyumba ya utumwa.
ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
15 Usimsahau yeye aliyewaongoza kupitia jangwa kuu na la kutisha, ambako ndani yake kulikuwa na nyoka wa moto na nge, na pitia nchi yenye kiu ambako hapakuwa na maji, ambaye yeye alileta maji toka kwenye mwamba wa jiwe.
ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
16 Ambaye aliwalisha kwenye jangwa kwa manna ambayo mababu zenu hawakuijua, ili kwamba awajaribu, kufanya uzuri kwenu mwishoni-
ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।
17 lakini mnaweza kusema mioyoni mwenu, Nguvu yangu na mkono wangu wa uweza umepata utajiri huu wote.
ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”
18 Lakini mtamkumbuka akilini Yahwe Mungu wenu, kwa kuwa ni yeye awapae ninyi nguvu ya kupata utajiri, ili kwamba aweze kuanzisha agano lake aliloapa kwa baba zenu, kama ilivyo leo.
ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
19 Itakuwa kwamba, kama mtamsahau Yahwe Mungu wenu na kuwaendea miungu mingine, kuibudu, na kuiheshimu, nashuhudia kinyume dhidi yenu leo kwamba mtateketea.
ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।
20 Kama mataifa ambayo Yahwe anatengeneza kuyaangamiza mbele yenu, hivyo mtaangamia, kwa sababu hamkusikiliza sauti ya Yahwe Mungu wenu.
ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।

< Torati 8 >