< Esta 4 >

1 Modeka aliposikia kilichokuwa kimepangwa dhidi yao, alirarua mavazi yake na kuvaa maguni na majivu. Akaenda katikati mwa mji na kulia kwa sauti na uchungu mwingi.
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
2 Akaenda hadi langoni mwa mfalme; kwa sababu hakuna aliye ruhusiwa kuingia akiwa amevaa magunia.
ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
3 Amri hii ilipofika katika kila jimbo, kulikuwa na kilio kikubwa kwa Wayahudi, na kufunga, kulia na maombolezo. Wengi wao walilala katika magunia na majivu.
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
4 Malkia Esta alipopata habari kutoka kwa wahudumu wake, alipatwa na majonzi. Akatuma watu wampelekee nguo Modekai ili avue magunia na kuvaa nguo nzuri, lakini Modekai hakukubali.
ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
5 kisha Esta akamwita Hathaki, mmoja wa wasimamizi wa mfalme, ambaye alikuwa amepewa wajibu wa kumuhudumia. Akamwagiza kwenda kwa Modekai ili afahamu kwa nini Modekai ameamua kufanya hivyo.
ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
6 Hivyo Hathaki akaenda kwa Modekai katika mji mbele ya lango la mfalme.
ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
7 Modekai akamweleza Hathaki mambo yote kuhusu maangamizi ya Wayahudi yaliyo pangwa na kiasi cha fedha ambacho Hamani ameahidi kuwapa wahazini wa mfalme, ili kuwaua Wayahudi.
ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍‍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
8 Na kisha akampa nakala ya mbiu ambayo ilitolewa Shushani kwa uangamivu wa Wayahudi. Alifanya hiivyo ili kwamba Hathaki amwambie Esta achukue jukumu la kwenda na kumuomba mfalme na kumsihi kwa niaba ya Wayahudi.
ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
9 Hivyo, Hathaki akaenda na kumweleza Esta kile alicho ambiwa na Modekai.
ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।
10 Esta akaongea na Hathaki na akamwambia arudi kwa Modekai.
ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
11 Esta akamwambia Hathaki, “Watumishi wote wa mfalme na watu wote katika majimbo yote wanafahamu kuwa mtu yeyote aingiae kwa mfalme bila kibali anapaswa kufa isipokuwa yule ambaye mfalme atamunyoshea fimbo yake ya dhahabu. Ni siku thelathini sasa sijaenda mbele ya mfalme.
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
12 Hathaki akamwambia Modekai maneno aliyoambiwa na Esta.
ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
13 Modekai akarudisha ujumbe: “usifikiri kwamba wewe utasalimika kuliko Wayahudi wote.
ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
14 Kama ukikaa kimya kwa wakati huu, Mungu ataleta wokovu kwa njia nyingine, lakini wewe na nyumba ya baba yako mtaangamia. Ni nani ajuaye umekuja katika nafasi hii kwa wakati muafaka kama huu.
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
15 Kisha Esta akatuma ujumbe kwa Modekai,
ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
16 “Nenda, uwakusanyea Wayahudi wote wanaoishi katika mji wa Shushani, na wafunge kwa ajili yangu. Wasile wala kunywa kwa muda wa siku tatu. Mimi na watumishi watumishi wangu wa kike tutafunga kwa siku hizo. Na kisha nitaenda mbele ya mfalme kinyume cha sheria. Na kama nitakufa na nife.
“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
17 Modekai akaenda na akafanya yote ambayo Esta aliyo mwagiza kufanya.
ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।

< Esta 4 >