< Ezekieli 31 >

1 Kisha ikawa katika mwaka wa kumi na moja, katika mwezi wa tatu, siku ya kwanza ya mwezi, lile neno la Yahwe likanijia, kusema,
ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 “Mwanadamu, mwambie Farao, mfalme wa Misri, na watu wake wanaomzunguka, 'Katika ukuu wako, je! wewe ni kama nani?
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?
3 Tazama! Ashuru ilikuwa mwerezi katika Lebanoni pamoja na matawi mazuri, yakitoa kivuli kwenye msitu, na mirefu katika kimo, na matawi yalitengeneza kilele cha mti wake.
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
4 Maji mengi yaliufanya kuwa mrefu; maji ya chini yaliufanya kuwa mkuba. Mito ilitiririka sehemu zake zote, kwa kuwa mifereji yake ilitoa kuelekea kwenye miti yote katika shamba.
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
5 Kimo chake kikubwa kilikuwa zaidi kuliko miti mingine yote katika shamba, na matawi yake yakawa mengi; matawi yake yalikuwa marefu kwa sababu ya maji mengi yalipokuwa yakikua.
ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
6 Kila ndege wa mbinguni alitengeza kiota kwenye matawi yake, wakati kila kiumbe hai cha shamba kilizaa mtoto chini ya tawi. Mataifa mengi yote yaliishi chini ya kivuli chake.
ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
7 Kwa kuwa ulikuwa uzuri katika ukuu wake na kimo cha matawi yake, kwa kuwa mizizi yake ilikuwa katika maji mengi.
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
8 Mierezi katika bustani ya Mungu haikuweza kuwa sawa nayo. Hakuna miongoni mwa miti ya mivinje iliyofanana matawi yake, na miti ya miamori haikuweza kuwa sawa na majani yake. Hapakuwa na mti mwingine katika bustani ya Mungu ulikuwa kama huo katika uzuri wake.
ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
9 Nimeufanya kuwa mzuri pamoja na matawi yake mengi na miti yote ya Edeni iliyokuwa katika bustani ya Mungu ilimwonea wivu.
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।
10 Kwa hiyo Bwana Yahwe asema hivi: Kwa sababu ilikuwa mirefu kwa kina, na imekiweka kilele chake kati ya matawi yake, moyo wake umeinua kwa sababu ya urefu wake.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
11 Nimeuweka kwenye mikono ya yeye mwenye uweza wa mataifa, kuishughulikia kulingana na yale maovu anayostahili. Nimeufukuza.
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
12 Wageni waliokuwa wakiogofya wa mataifa yote wameikatilia mbali kuiacha ife. Matawi yake yameanguka kwenye milima na mabonde yote, na matawi yake yameanguka katika mito yote ya nchi. Kisha mataifa yote juu ya nchi wakatoka nje kutoka chini ya kivuli na kwenda zao wakamwacha.
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
13 Ndege wa agani watapumzika kwenye shina la mti ulioanguka, na kila mnyama wa shambani atakuja kwenye matawi yake.
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
14 Hii litokea ili kwamba pasiwe na miti mingine itakayopandwa karibu na maji yatang'oa majani yake hata kwenye kina cha miti mirefu, na kwamba hakuna miti mingine itakayomea karibu na maji itakayofikia kwenye hicho kina. Wote wametolewa kufa, chini ya nchi, miongoni mwa watoto wa binadamu, pamoja na wale washukao chini.
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
15 Bwana Yahwe asema hivi: Katika siku wakati mkangazi uliposhuka chini nilileta maombolezo kwenye dunia. Niliyafunika maji ya chini juu yake, nikayarudisha maji ya bahari. Nilizuia maji makuu, nikaleta maombolezo hata Lebanoni kwa ajili yake. Hivyo miti yote ya shambani ikaomboleza kwa sababu yake. (Sheol h7585)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ। (Sheol h7585)
16 Nimeleta tetemeko kwa mataifa wa sauti ya kuanguka kwake, wakati nitakapomtupa chini mpaka kuzimu pamoja na wale walioenda chini kwenye shimo. Hivyo niliitia moyo miti ya Edeni yote katika pande zote za nchi. Hii ilikuwa imechaguliwa na miti iliyokuwa bora ya Lenanoni; miti iliyokunywa maji. (Sheol h7585)
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ। (Sheol h7585)
17 Kwa kuwa walikwenda chini pia pamoja nayo hata kuzimu, kwa wale waliokuwa wameuawa kwa upanga. Kulikuwa na jeshi lake imara, yale mataifa yalikuwa yakiishi kati kivuli chake. (Sheol h7585)
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ। (Sheol h7585)
18 Umefanana na nani hivi katika utukufu na ukuu kati ya mti wa Edeni? Kwa kuwa utashushwa chini pamoja na miti ya Edeni hata pande zote nne za dunia miongoni mwa wasiotahiriwa; utaishi pamoja na watu wake wote-hivi ndivyo Bwana Yahwe asemavy.”
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Ezekieli 31 >