< Isaya 1 >

1 Maono ya Isaya mtoto wa Amozi ambayo aliyaona kuhusu Yuda na Yerusalemu katika vipindi vya utawala wa Uzia, Yothamu, Ahazi, na Hezekia, wafalme wa Yuda.
ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2 Sikia enyi mbingu, tega sikio ewe nchi; kwa kuwa Yahwe amesema: ''Nimewatunza na kuwalea watoto, lakini wamenigeuka.
ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
3 Ng'ombe anamjua anayemmiliki na punda anajua sehemu anapowekewa chakula, lakini Israeli hawajui, wala hawafahamu.''
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
4 Ole! Taifa, wenye zambi, mtu muovu, watoto wa wenye zambi, watoto wanaoenda kinyume, Wamemtelekeza Yahwe, wamedharau aliye Mtakatifu wa Israeli, wamejitenga wenyew kutoka kwake.
ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5 Kwa nini ulikuwa unaendelea kupigwa? Kwa nini unazidi kuasi zaudi na zaidi? Kichwa chote kinauma, moyo wote ni dhaifu.
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6 Kutoka kwenye unyayo wa mguu mpaka kichwani kila sehemu ina maumivu; ni madonda na majeraha mabichi yaliyoachwa wazi, ambayo hayajafungwa, kuasifishwa, kuwafunga vidonda vyao, wala kuwaponya kwa mafuta.
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
7 Nchi yenu imeharibiwa; miji yenu imechomwa moto; mashamba yenu— mbele, wageni wamehiaribu; wamepatelekeza katika uharibifu, ulioangushwa na wageni
ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
8 Binti Sayuni ameacha kama kibanda katika shamba la mzabu, kama kivuli kitika shamba la matango, kama mji unaomba.
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
9 Kama Yahwe wa majeshi hakutuasha kwa mda mfupi tungekuwa kama Sodoma, tungekuwa kama Gomora.
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।
10 Sikiliza neno la Yahwe, enyi viongozi wa Sodomu; sikilizeni sheria ya Mungu wetu, enyi watu wa Gomora:
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
11 ''Sadaka zenu ni nyingi kiasi gani kwangu?'' asema Yahwe. ''Nimesikia vya kutosha kuhusu sadaka yenu ya mwana kondoo, na mnyama alionona; na damu ya ng'ombe, ndama, au mbuzi si vifurahii.
ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
12 Ulipokuja kuonekaa mbele yangu, Ni nani aliyehitaji hili juu yako, kukanyaga katika mahama yangu
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
13 Msilete tena sadaka zisizo na maana; maana zinaniongezea uchafu mmekusanyika katika siku yenu mpya ya mwenzi na sabato—Mimi siwezi vumlia mikusanyio hii ya waovu.
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
14 Ninaichukia sherehe yenu mpya ya mwenzi na sherehe zilizoteuliwa; ni mzigo kwangu; nimechoka kuubeba.
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
15 Hivyo basi mnapotawanya mikono yenu kitkika maombi, sitawangalia hata kama mkiomba sana, sitawasikiliza; mikono yenu imejaa damu.
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
16 Jiosheni, jitakaseni wenyewe; ondoeni matendo maovu mbele ya macho yangu; acheni kutenda dhambi;
ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
17 jifunze kutenda mema; tafuta ukweli; msiwanyanyase, wapeni haki yatima, walindeni wajane.''
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
18 Njooni sasa, njooni tusemezane, asema Yahwe, japokuwa dhambi zenu ni nyekundu kama bendera zitakuwa nyeupe kama theluji; japokuwa ni myekundu kama damu zitakuwa kama sufi.
ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19 Kama utakubali na kutii, utakula mema ya nchi,
ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20 lakini ukikataa na kugeuka, upanga utakuangamiza, maama Yahwe amesema.
ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
21 Ni kwa jinsi gani mji ulioaminika umekuwa kahaba! ulikuwa ni mij wenye usawa na haki, lakini sasa mji umejaa mauwaji.
ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22 Fedha zenu zimechafuka, na mvinyo wenu umechanganjwa na maji.
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
23 Viongozi wenu wamemgeuka Mungu wamekuwa marafiki wa wezi; yeyote anayopenda rushwa na kuikimbilia. Hawawajali yatima, wala wajane wanaokuja kuwanyenyekea mbele yao.
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
24 Hivyo basi hili ndilo tamko la Bwana, Yahwe wa majeshi, Shujaa wa Israeli: Ole wao! nitachukua hatua kwa wale walio kinyume na mimi na niwaadhibu wale wanaonipinga;
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
25 Nitaugeuza mkono wangu juu yako, nitatakasa chuma kilicho chakaa na kuondoa kutu yote.
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
26 Nitailinda hukumu yako kama ilivyokuwa mwanzo, na washauri wako kama ilivyokuwa hapo mwanzo; baada ya hapo mtaitwa mji wa haki, mji wa imani.''
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”
27 Sayuni itakombolewa kwa haki, na wanaotubu kwa haki.
ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
28 Waasi na wenye dhambi wataangamizwa pamoja, na wale wataenda kinyume na Yahwe watauliwa.
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
29 Kwakukuwa utaona aibu juu ya miti ya mialoni uliyoitamani, na utakuwa na hofu juu ya bustani uliyoichagua.
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
30 Kwa kukuwa utakuwa kama mualoni ambao majani yake yamenyauka, na kama bustani isiyokuwa na maji.
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
31 Mtu mwenye nguvu atakuwa kama kitu kikavu, na kazi yake itakuwa kama cheche; zitawaka moto kwa pamoja, na hakuna hata mmoja ataweza kuuzima''.
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।

< Isaya 1 >