< Yeremia 9 >

1 Kama kichwa changu kingetoa maji, na macho yangu kuwa chemichemi ya machozi! kwa kuwa natamani kulia usiku na mchana kwa ajili yao waliokuwa binti za watu wangu ambao wameuawa.
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!
2 Kama mtu anganipatia mahali pa wasafiri nyikani ili nikae, mahali ambapo ningeenda kuwatelekeza watu wangu. Kama ningewaacha, kwa kuwa wote ni wazinzi, kundi la wenye hiana!
ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
3 asema BWANA, “Huupinda ulimi wao kana kwamba ni upinde ili wapate kuongea uongo, lakini si kwa uamiinifu wao kwamba wanapata nguvu duniani. Wanatoka uovu mmoja hadi mwiingine. Hawanijui mimi.”
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।
4 Kila mmoja wenu, awe mlinzi wa jirani yake na usimwamini hata ndugu yako yeyote. kwa kuwa kila ndugu ni mwongo,
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।
5 kila jirani anatembea akilaghai. Kila mwanamume anakejeli jirani yake na haongei ukweli. Ndimi zao hufundisha vitu vya uongo. Hujidhofisha ili kusema uongo.
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
6 Makazi yenu yako kati ya udanganyifu; kwa uongo wao wanakataa kunitambua mimi. Asema BWANA.”
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
7 Kwa hiyo BWANA wa majeshi asema hivi, “Tazama, Niko tayari kuwajaribu. Nitawajaribu nione. Jinsi gani niwezavyo kufanya kwa binti za watu wangu?
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
8 Ndimi zao ni mishale iliyochongoka; huongea vitu vya uasi. Kwa midomo yao wanatangaza amani pamoja na jirani zao, lakini katika mioyo yao wanadanganya wakati wa kusubri.
ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।
9 Kwa nini nisiwaadhibu kwa sababu ya mambo haya - asema BWANA na kwa nini nisijilipizie kisasi kwa taifa ambalo liko kama hili?
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
10 Nitaimba wimbo wa kuomboleza na kulia kwa ajili ya milima, na wimbo wa mazishi utaimbwa nyikani. Kwa kuwa wameteketezwa kwa hiyo hakuna anAyeweza kupita kati kati yao. Hawatasikia sauti ya ng'ombe yeyote. Ndege wa angani na wanyama wote wamekimbia.
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
11 Kwa hiyo nitaigeuza Yerusalemu kuwa vifusi vya ukiwa, maficho ya mbweha. Nitaifanya miji ya Yuda kuwa miji iliyoharibiwa isiyokaliwa na watu.
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
12 Ni nani mwenye hekima anayeyaelewa haya? Je, kinywa cha BWANA kinatangaza nini kwake ili aweze kuyasema? Kwa nini nchi imepotea? Imeharibiwa kama jangwa, ambapo hakuna apitaye kati kati yake.
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
13 BWANA asema, “Ni kwa sababu wameziacha sheria zake ambazo niliwatengenezea, kwa sababu hawaisikilizi sauti yangu au kuishi kwa kuifuta.
ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
14 Ni kwa sababu wameishi kwa ushupavu wa mioyo yao na wamewafuata Mabaali kama baba zao walivyowafundisha kufanya.
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।
15 Kwa hiyo BWANA wa majeshi, Mungu wa Israeli, asema hivi, 'Tazama, Ninataka kuwafanya hawa watu wale pakanga na kunywa maji ya sumu.
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
16 Ndipo nitakapowasambaza kati ya mataifa ambayo hawajayajua, wao wala mababu zao. Nitatuma upanga kwa ajili yao mpaka nimewaangamiza wote kabisa.'”
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
17 BWANA wa majeshi asema hivi, “Yafikirini haya: Waiteni waliaji; waje. Tumeni wanawake wenye taaluma ya kuomboleza, waje.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
18 Waje haraka waimbe wimbo wa maombolezo juu yetu, ili macho yetu yatokwe na machozi na kope zetu zibubujikwe na maji.
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।
19 Kwa kuwa sauti ya kilio imesikika Sayuni, 'Jinsi tulivyoharibiwa. Tumeaibishwa sana, kwa kuwa tumeitelekeza nchi tangu walIpoangusha nyumba zetu.'
କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”
20 Kwa hiyo ninyi wanawake, sikieni neno la BWANA; zingatieni ujumbe unaokuja toka kinywani mwake. Kisha wafundisheni binti zenu wimbo wa maombolezo, na kila mwanamke wa jirani wimbo wa kilio.
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
21 Kwa kuwa vifo vimekuja kupitia dirishani; vinaelekea mahali petu. Vinawaharibu watoto kutoka nje na vijana kwenye viwanja vya miji.
କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
22 Uyatangaze haya, 'Asema BWANA - mizoga ya wanaume itaanguka kama mavi kwenye mashamba na kama mabua baada ya mvunaji, na hapatakuwa na mtu wa kuyakusanya.'”
କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”
23 BWANA asema hivi, “Usimwache mtu mwenye busara ajivune kwa ajili ya hekima yake, au shujaa kwa sababu ya uwezo wake. Usimwache mtu tajiri ajivunie utajiri wake.
ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
24 Kwa kuwa kama mtu atajivunia chochote kile, acha iwe hivi, yeye awe na busra na kunijua mimi. Kwa kuwa mimi ni BWANA, atendaye katika agano la wema, haki, na hukumu duniani. Ni katika hili kwamba ninafurahia- asema BWANA.
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।
25 Tazama, siku zaja - asema BWANA wakati nitakapowaadhibu wote ambao hawajatahiriwa ambao wako hivyo hivyo katika miili yao.
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
26 Nitaiadhibu Misri na Yuda, Edomu, watu wa Amoni, Moabu, na watu wote wanaonyoa denge. Kwani mataifa yote haya hayajatahiriwa, na nyumba yote ya Israeli ina moyo ambao haujatahiriwa.”
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”

< Yeremia 9 >