< Yoshua 2 >

1 Kisha Yoshua mwana wa Nuni aliwatuma watu wawili kwa siri kama wapelelezi kutoka Shitimu. Akisema, “Nendeni mkaiangalie nchi, hasa Yeriko.” Walienda na wakafika katika nyumba ya kahaba ambaye jina lake ni Rahabu, na wakalala hapo.
ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।
2 Mfalme wa Yeriko aliambiwa, “Tazama watu wa Israeli wamekuja kuipeleleza nchi.”
ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”
3 Mfalme akatuma neno kwa Rahabu kusema, “Watoe watu waliokuja kwako ambao wameingia nyumbani mwako, kwa kuwa wamekuja kuipeleleza nchi yote.”
ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”
4 Lakini mwanamke alikuwa amekwisha kuwachukua wale watu wawili na kuwaficha. Na akasema, “Ndiyo, watu walikuja kwangu, lakini sikujua walikotoka.
ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।
5 Ilipokuwa jioni wakati wa kufungwa kwa lango la mji, waliondoka. Sijui mahali walikoelekea. Mnaweza kuwakamata kama mtawafuata upesi.
ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।”
6 Lakini yeye aliwapandisha juu darini na kuwaficha kwa mabua ya kitani ambayo alikuwa ameyalaza darini.
ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
7 Hivyo, watu waliwafuatilia njiani iliyoeleka katika vivuko vya Yordani. Na milango ilifungwa mara tu baada ya wale watu waliofuata kutoka nje.
ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।
8 Wale wanaume walikuwa hajalala usiku, wakati alipowaendea kule darini.
ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
9 Akawaambia, “Ninajua kwamba Yahweh amewapa ninyi nchi na kwamba hofu juu yenu imetuingia. Watu wote wanaoishi katika nchi watayeyuka mbele yenu.
“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
10 Tumesikia jinsi ambavyo Yahweh alivyokausha maji ya Bahari ya Mianzi kwa ajili yenu wakati mkitoka Misri. Na tumesikia mlichokifanya kwa wafalme wawili wa Waamori walioko upande mwingine wa Yordani - Sihoni na Ogu - ambao mmewaangamiza kabisa.
କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
11 Mara tu tuliposikia, mioyo yetu iliyeyuka na hapakuwa na ujasiri wowote uliosalia kwa mtu yeyote - kwa kuwa Yahweh Mungu wenu, ni Mungu aliye juu mbinguni na chini duniani.
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।
12 Sasa basi, tafadhali mniapie kwa Yahweh kwamba kama nilivyokuwa mwema kweu, nanyi pia mtaitendea mema nyumba ya baba yangu. Nipeni ishara ya uhakika
ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।
13 kwamba mtanihifadhi maisha ya baba, mama, kaka, dada zangu na famiie zao, na kwamba mtatuokoa kutoka katika kifo.
ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।”
14 Wanaume wakamjibu, “maisha yetu kwa ajili ya yenu, hata kifo! Kama hamtasema habari zetu, na Yahweh akisha kutupa nchi hii, tutakuwa wenye huruma na waaminifu kwenu.”
ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”
15 hivyo aliwashusha chini kwa kupitia dirishani kwa kutumia kamba. Nyumba ambayo alikuwa anaishi ilijengwa katika ukuta wa mji.
ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
16 Akawaambia, “Nendeni milimani la sivyo watu waliowafuata watawaona. Jificheni huko kwa siku tatu mpaka watu waliowafuata watakaporudi. Kisha nendeni zenu.”
ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”
17 Wanaume wakamwambia, “Hatutakuwa tumefungwa na ahadi ulizotufanya tuape mbele zako, kama hautalifanya hili.
ତହିଁରେ ସେହି ଲୋକମାନେ ତାହାକୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।
18 Tutakapokuja katika nchi, ni lazima uifunge kamba hii nyekundu katika dirisha ulilotushushia chini, na utawakusanya katika nyumba baba yako, mama yako, kaka zako na wote wa nyumba ya baba yako.
ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।
19 Na yeyote aendaye mtaani nje ya milango ya nyumba yako, damu yao itakuwa juu ya vichwa vyao na hatutakuwa na hatia yoyote. Lakini kama mkono utanyoshwa juu ya mtu yeyote aliye pamoja nawe katika nyumba, damu yake itakuwa juu ya vichwa vyetu.
ତହିଁରେ ଯେକେହି ତୁମ୍ଭ ଗୃହଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।
20 Na ikiwa utaongea juu ya suala letu, tutakuwa huru dhidi ya kiapo ulichotuapisha.
ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”
21 Rahabu akawajibu, “Yote mliyosema nayatimie.” Akawatoa mbali na wakaondoka. Kisha akaifunga kamba nyekundu katika dirisha.
ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।
22 Wakaondoka na kwenda juu milimani na walikaa huko kwa siku tatu hadi pale wale waliowafuatilia waliporudi. Wale waliowafuata walitafuta njiani pote bila kuwaona.
ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।
23 Wale watu wawili walirudi na kuvuka mto na wakafika kwa Yoshua mwana wa Nuni, na walimwambia kila kitu kilichotokea kwao.
ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।
24 Nao wakasema kwa Joshua, “kwa kweli Yahweh ametupa nchi hii. Wenyeji wote wa nchi wanayeyuka kwasababu yetu.
ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”

< Yoshua 2 >