< Waamuzi 14 >

1 Samsoni akashuka kwenda Timna, na huko akaona mwanamke, mmojawapo wa binti za Wafilisti. Aliporudi, akamwambia baba yake na mama yake,
ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।
2 'Nimemwona mwanamke huko Timna, mmojawapo wa binti za Wafilisti. Sasa mkanichukulie awe mke wangu.
ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
3 Baba yake na mama yake wakamwambia, “Je, hakuna mwanamke kati ya binti za ndugu zako, au kati ya watu wetu wote? Je! Utachukua mke kutoka kwa Wafilisti wasiotahiriwa?” Samsoni akamwambia baba yake, “Nichukulie kwa ajili yangu, kwa maana wakati nilipomwangalia, alinipendeza.'
ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”
4 Lakini baba yake na mama yake hawakujua kwamba suala hili lilikuja kutoka kwa Bwana, kwa maana alitaka kutengeneza mgogoro na Wafilisti (kwa wakati huo Wafilisti walikuwa wakitawala Israeli).
ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
5 Basi Samsoni akaenda Timna pamoja na baba yake na mama yake; nao wakafika kwenye mashamba ya mizabibu ya Timna. Na, tazama, kuna simba mdogo wa alikuja na alikuwa akiunguruma.
ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
6 Roho wa Bwana ghafla akaja juu yake, naye akamrarua simba kwa urahisi kama ambavyo angeweza kumrarua mbuzi mdogo, naye hakuwa na kitu mkononi mwake. Lakini hakuwaambia baba au mama yake kile alichofanya.
ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
7 Alikwenda na kuzungumza na mwanamke, na alipopomtazama, alimpendeza Samsoni.
ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
8 Siku chache baadaye aliporudi kumwoa, akageuka na kutafuta mzoga wa simba. Na, tazama, kulikuwa na kundi la nyuki na asali katika kile kilichobaki katika mwili wa simba.
ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
9 Akaweka asali mikononi mwake na akaenda, akala huku akienda. Alipokuja kwa baba yake na mama yake, akawapa, nao wakala. Lakini hakuwaambia kuwa amechukua asali nje ya kile kilichobaki kwenye mwili wa simba.
ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
10 Baba yake Samsoni akaenda chini alipokuwa mwanamke, na Samsoni akafanya sikukuu huko, kwa maana hii ilikuwa desturi ya vijana.
ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
11 Mara tu ndugu zake walipomwona, walimletea rafiki zao thelathini kuwa pamoja naye.
ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।
12 Samsoni akawaambia, Hebu nawaambieni kitendawili. Ikiwa mmoja wenu anaweza kuipata na kuniambia jibu wakati wa siku saba za sikukuu, nitatoa nguo za kitani thelathini na seti ya nguo thelathini.
ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
13 Lakini ikiwa hamuwezi kuniambia jibu, basi utanipa nguo za kitani thelathini na seti za nguo thelathini. ' Wakamwambia, Utuambie kitendawili chako, ili tukisikie.
ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
14 Akawaambia, 'Kati ya mtu aliyekula alikuwa kitu cha kula; nje ya nguvu ilikuwa kitu tamu. Lakini wageni wake hawakuweza kupata jibu katika siku tatu.
ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
15 Siku ya nne wakamwambia mkewe Samsoni, 'Mdanganye mume wako ili atuambie jibu la kitendawili, au tutakuchoma moto wewe na nyumba ya baba yako. Je, umetualika hapa ili kutufanya maskini? '
ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”
16 Mke wa Samsoni alianza kulia mbele yake; Akasema, 'Yote unayoyafanya ni kunichukia! Hunipendi. Umesema kitendawili kwa baadhi ya watu wangu, lakini hujawaambia jibu. ' Samsoni akamwambia, 'Angalia hapa, kama sijawaambia baba yangu au mama yangu, nikuambie wewe?'
ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”
17 Alilia kwa siku saba ambazosikukuu yao iliendelea. Siku ya saba alimwambia jibu kwa sababu alimlazimisha sana. Akawaambia jibu jamaa zake.
ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
18 Na watu wa mji wakamwambia, siku ya saba kabla ya jua kuzama, 'Ni nini kilicho bora zaidi kuliko asali? Ni kitu gani chenye nguvu kuliko simba? ' Samsoni akawaambia, 'Ikiwa hamkulima na ng'ombe wangu, hamtapata jibu la kitendawili changu.'
ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
19 Kisha Roho wa Bwana akaja kwa Samsoni kwa nguvu. Samsoni akashuka kwenda Ashkeloni na kuuawa watu thelathini kati ya watu hao. Akachukua mateka yao, na akawapa seti ya nguo kwa wale waliomjibu kitendawili chake. Alikasirika akaenda nyumbani kwa baba yake.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
20 Na mke wake akachukuliwa na rafiki yake wa karibu.
ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।

< Waamuzi 14 >