< Marko 13 >

1 Yesu alipokuwa akitembea kutoka hekaluni, mmoja wa wanafunzi wake akamwuliza, “Mwalimu, tazama mawe haya yakushangaza na majengo!”
ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
2 Akamwambia, Unaona majengo haya makubwa? Hakuna hata jiwe moja litakalo salia juu ya jingine ambalo halitaangushwa chini”.
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
3 Naye alipokuwa amekaa juu ya Mlima wa Mizeituni nyuma ya hekalu, Petro, Yakobo, Yohana na Andrea wakamwuliza kwa siri,
ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
4 “Tuambie, mambo haya yatakuwa lini? Ni nini dalili ya mambo haya kutokea?”
ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।
5 Yesu alianza kuwaambia, “Kuweni makini kwamba mtu yoyote asiwapotoshe.
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
6 Wengi watakuja kwa jina langu wakisema, 'Mimi ndiye', na watawapotosha wengi.
ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
7 Mtakaposikia vita na tetesi za vita, msiogope; mambo haya hayana budi kutokea, lakini mwisho bado.
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।
8 Taifa litainuka kinyume na taifa jingine, na ufalme kinyume na ufalme. Patakuwa na matetemeko sehemu mbalimbali, na njaa. Huu ni mwanzo wa utungu.
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
9 Iweni macho. Watawapeleka hadi mabarazani, na mtapingwa katika masinagogi. Mtasimamishwa mbele ya watawala na wafalme kwa ajili yangu, kama ushuhuda kwao.
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
10 Lakini injili lazima kwanza ihubiriwe kwa mataifa yote.
ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
11 Watakapo wakamata na kuwakabidhi, msiogope kuhusu kile mtakachosema. Ndani ya muda huo, mtapewa nini cha kusema; hamtakuwa ninyi mtakaoongea, bali Roho Mtakatifu.
ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
12 Ndugu atamshitaki ndugu kuuawa, baba na mtoto wake. Watoto watasimama kinyume cha baba zao na kuwasababisha kuuawa.
ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13 Mtachukiwa na kila mtu kwa sababu ya jina langu. Lakini atakayevumilia mpaka mwisho, mtu huyo ataokoka.
ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”
14 Mtakapoona chukizo la uharibifu limesimama pale lisipotakiwa kusimama (asomaye na afahamu), ndipo walioko ndani ya Yuda wakimbilie milimani,
“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
15 naye aliyeko juu ya nyumba asishuke chini ya nyumba, au kuchukua chochote kilichoko nje,
ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;
16 na aliyeko shambani asirudi kuchukua vazi lake.
ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।
17 Lakini ole wao wanawake wenye mimba na wanyonyeshao katika siku hizo!
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
18 Ombeni kwamba isitokee wakati wa baridi.
କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
19 Kwani patakuwa na mateso makubwa, ambayo hayajawahi kutokea, tangu Mungu alipoumba ulimwengu, mpaka sasa, hapana, wala haitatokea tena.
କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
20 Mpaka Bwana atakapopunguza siku, hakuna mwili utakaookoka, lakini kwa ajili ya wateule, atakaowachagua, atapunguza namba za siku.
ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
21 Wakati huo kama mtu yeyote atawaambia, Tazama, Kristo yuko hapa!' au 'Tazama, yuko pale!' msiamini.
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
22 Kwani Wakristo wa uongo na manabii wa uongo watatokea na watatoa ishara na maajabu, ili kwamba, wawadanganye, yamkini hata wateule.
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
23 Iweni macho! Nimekwisha wambia haya yote kabla ya wakati.
କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
24 Lakini baada ya mateso ya siku hizo, jua litatiwa giza, mwezi hautatoa mwanga wake,
“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
25 nyota zitaanguka kutoka angani, na nguvu zilizoko mbinguni zitatikisika.
ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
26 Ndipo watakapomwona Mwana wa Adamu akija mawinguni kwa nguvu kubwa na utukufu.
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
27 Ndipo atatuma malaika zake na atawakusanya pamoja wateule wake kutoka pande kuu nne za dunia, kutoka mwisho wa dunia mpaka mwisho wa mbingu.
ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
28 Kwa mtini jifunzeni. Kama tawi liwezavyo kutoa na kuweka haraka majani yake, ndipo mtajua kwamba kiangazi kiko karibu.
“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29 Ndivyo ilivyo, mtakapoona mambo haya yakitokea, jueni kwamba yuko karibu, na malango.
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
30 Kweli, nawambieni, hiki kizazi hakitapita mbali kabla mambo haya hayajatokea.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
31 Mbingu na nchi zitapita, lakini maneno yangu hayatapita kamwe.
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
32 Lakini kuhusu siku hiyo au saa, hakuna ajuaye, hata malaika wa mbinguni, wala Mwana, ila Baba.
“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
33 Iweni macho, Tazama, kwa sababu hamjui ni muda gani yatatokea. (Zingatia: Mstari huu, “Muwe waangalifu, Tazameni na ombeni kwa sababu...” haumo kwenye nakala za kale).
ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
34 Ni kama mtu anayeenda safarini: akaacha nyumba yake, na kumweka mtumwa wake kuwa mtawala wa nyumba, kila mmoja na kazi yake. Na kumwamuru mlinzi kukaa macho.
ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
35 Kwa hiyo iweni macho! Kwani hamjui ni lini bwana wa nyumba atakaporudi nyumbani, yawezekana ni jioni, usiku wa manane, wakati jogoo atakapowika, au asubuhi.
ଅତଏବ, କାଳେ ଗୃହକର୍ତ୍ତା ହଠାତ୍‍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
36 Kama akija ghafla, asikukute umelala.
ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
37 Kile nikisemacho kwako nakisema kwa kila mtu: Kesheni”!
ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”

< Marko 13 >