< Mika 3 >

1 Nimesema'”Sasa sikilizeni, ninyi viongozi wa Yakobo na kutawala nyumba ya Israeli: Je siyo sahihi kwenu kuielewa haki?
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
2 Ninyi manaochukia mazuri na kupenda uovu, ninyi mnaoambua ngozi yao, miili yao kutoka kwenye mifupa yao-
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3 ninyi mnaokula pia miili ya watu wangu, na kuambua ngozi yao, kuvunja mifupa yao, na kuwakatakata katika vipande vipande, kama nyama kwenye chungu, kama nyama kwenye sufuria kubwa.
ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
4 Kisha ninyi watawala mtalia kwa Yahwe, lakini hatawajibu. Atauficha uso wake kutoka kwenu kipindi hicho, kwasababu mmefanya matendo maovu.”
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
5 Yahwe asema hivi kuhusu manabii ambao wawafanyao watu wangu kushindwa, “Kwa wale wawalishao wanatangaza, 'Kutakuwa na ustawi.' Lakini kwa wale wasioweka kitu kwenye vinywa vyao, wanaanzisha vita dhidi yake.
ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
6 Kwa hiyo, itakuwa usiku kwenu usiokuwa na maono juu yenu; itakuwa giza ili kwamba msiweze kubashiri. Jua litakwenda chini juu ya manabii, na siku itakuwa giza juu yao.
ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
7 Waonaji watawekwa kwenye aibu, waaguzi wa watachanganyikiwa. Wote watafunga midomo yao, kwa kuwa hakuna jibu kutoka kwangu.”
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
8 Lakini kwangu, nimejazwa nguvu kutoka kwa Roho wa Yahwe, na nimejaa haki na uweza, kumwambia Yakobo kosa lake, na Israeli dhambi yake.
ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
9 Sasa sikieni hii, ninyi viongozi wa nyumba ya Yakobo, na watawala wa nyumba ya Israeli, ninyi ambao mnaochukia haki, na kupotosha kila haki.
ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
10 Mnaijenga Sayuni kwa damu na Yerusalemu kwa uovu.
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
11 Viongozi wenu huhukumu kwa rushwa, makuhani wenu hufundisha kwa hijara, na manabii wenu hufanya utabiri kwa ajili ya pesa. Hata hivyo bado mtamtegemea Yahwe na kusema, “Je hayupo Yahwe pamoja nasi? Hakuna uovu utakaokuja juu yetu.”
ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
12 Kwa hiyo, kwasababu yenu, Sayuni italimwa kama shamba, Yerusalemu itakuwa rundo la kifusi, na mwinuko wa hekalu utakuwa kama mwinuko wa msituni.
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।

< Mika 3 >