< Hesabu 10 >

1 BWANA alinena na Musa, akasema,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “tengenza tarumbeta mbili za fedha. Uzitengeneze kwa kufua hizo fedha. Utazitumia hizo tarumbeta kwa kuwaita watu waje pamoja na kwa kuwaita watu wote wakati wa kuondoka kwenye kambi zao.
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
3 Makuhani watapiga tarumbeta kwa ajili ya kuwaita watu wote mbele yako kwenye lango la hema ya kukutania.
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4 Kama makuhani watapiga tarumbeta moja tu, basi viongozi, vichwa koo za Israeli ndipo watakapokutana kwako.
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5 Utakapopiga tarumbeta ya sauti kuu, ile kambi ya upande wa mashariki itaanza kusafiri.
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6 Nawe utakapopiga tarumeta kwa sauti kuu mara ya pili, ile kambi ya upande wa kusini wataanza kusafiri. Watapiga tarumbeta kwa sauti kuu ili kuanza safari yao.
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7 Watu wote watakapokutana pamoja, piga hizo tarumbeta lakini si kwa sauti kuu.
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8 Wana wa Haruni, makuhani, watapiga hizo tarumbeta. Huu ndio utakaokuwa utaratibu wa watu wako kwa vizazi vyote.
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
9 Nanyi mtakapoenda vitani katika ardhi yenu dhidi ya maadui wenu wanaowakandamiza, ndipo mtakapotoa ishara ya sauti ya tarumbeta. Mimi, BWANA Mungu wako nitawaita kuwakumbuka na kuwaokoa kutoka kwa maadui wenu.
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
10 Pia, wakati wa kusherehekea, sikukuu zenu za kawaida na katika miandamo ya miezi, mtapiga tarumbeta zenu kwa heshima ya sadaka zenu za kuteketezwa na kwa sadaka zenu za amani. Huu utakuwa ukumbusho wenu kwangu, Mungu wenu. Mimi ndimi BWANA Mungu wenu.”
ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11 Katika siku ya ishrini, mwezi wa pili, mwaka wa pili, Lile wingu liliinuliwa toka masikani ya amri za maagano.
ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12 Wana wa Israeli wakaendelea na safari yao toka jangwa la Sinai. Lile wingu likasimama kwenye jangwa la Parani.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 Walifanya safari yao ya kwanza, kufuatia amri ya BWANA iliyotolewa kupitia kwa Musa.
ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 Kambi ya mahali pa uzao wa Yuda iliondoka ya kanza, wakiondoa majeshi yao binafsi. Nashoni mwana wa Aminadabu ndiye aliyeongoza jeshi la Yuda.
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 Nethaneli mwana wa Zuari aliongoza jeshi la kabila la uzao wa Isakari.
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 Eliabu mwana wa Heloni aliongoza jeshi la kabila la Zabuloni.
ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 Uzao wa Gerishoni na Merari, ambao walitunza masikani, na kuanza kusafiri.
ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 Baadaye Walifuata jeshi la mahali pa kambi ya Reubeni walianza safari yao. Elizuri mwana wa Shedeuri alliongoza jeshi la Reubebni.
ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 Shelumieli mwana wa Zurishadai aliliongoza jeshi la kabila la uzao wa Simeoni.
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20 Eliasafu mwana Deuli aliliongoza jeshi la kabila la uzao wa Gadi.
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21 Kabila la Kohathi nalo lilianza safari. Wao walibebba vyombo vya mahali patakatifu. Wengine waliisimamisha masikani kabla ya Wakohathi kufika kambi inayofuata.
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22 Majeshi ya kabila la uzao wa Efraimu ndio waliofuata. Elishama mwana wa Amihudi ndiye aliyeongoza jeshi la Efraimu.
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23 Gamalieli mwana wa Pedazuri aliongoza jeshi la uzao wa Manase.
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24 Abidani mwana wa Gidioni aliongoza jeshi la uzao wa kabila la Benjamini.
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25 Lile jeshi lililoweka kambi mahali pa bango la uzao wa Dani lilikuwa la mwisho kuondoka. Ahizeri mwana wa Amishadai ndiye aliyeongoza jeshi la Dani.
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26 Pagieli mwana wa Okirani aliongoza jeshi la wana wa uzao wa Asheri.
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27 Ahira mwana wa Enani aliongoza jeshi la uzao wa kabila ya Naftali.
ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28 Hivi ndivyo majeshi ya wana wa Israeli yalivyosafiri.
ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29 Musa alinena na Hobibu mwana wa Reueli wa Kabila la Midiani. Reueli alikuwa baba mke wa Musa. Musa akanena na Hobibu akasema, “Tunasafiri kuelekea mahali ambapo BWANA ametuahidi. BWANA alisema kuwa, “Nitawapeni ninyi hilo eneo, 'Njoni pamoja nasi na tutawatendea mema. BWANA ameahidi kuwafanyia mema Waisraeli.”
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”
30 Lakini Hobibu akmwambia Musa, “Sitaambatana nanyi.”
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31 Naye Musa akamjibu, “Tafadhali msituache. Mnajua jinsi ilivyo kuweka kambi jangwani. Tunaomba mtujali.
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
32 Kama mtaambatana nasi tutawatendea mema sawa na jinsi BWANA anavyotutendea.”
ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”
33 Walisafiri kutoka mlima wa BWANA kwa siku tatu. Sanduku la agano la BWANA liliwatangulia kwa siku tatu ili kupata mahali pa kupumzika.
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34 Wingu la BWANA lilikuwa juu yao muda wote wa mchana walipokuwa safarini.
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
35 Kila hilo sanduku liliposafiri kwenda mbele, Musa alisema, “Inuka BWANA, Uwatawanye maadui wako. Uwafanye wale wanaokuchukia kukukimbia.”
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
36 Na kila lile sanduku liliposimama, Musa alisema, “BWANA uwarudie, hawa Waisraeli makumi elfu.”
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”

< Hesabu 10 >