< Hesabu 24 >

1 Balaamu alipooa kuwa ilimpendeza BWANA kubariki Israeli, hakwenda, kama hapo awali, kwa kutumia uganga, badala yake akatazama jangwani.
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
2 Akayainua macho yake na kumwona Isreli akiwa kwenye kambi, kila mmoja kwa kabila yake, na Roho wa Mungu akamjia.
ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3 Akapokea huu unabii na kusema, “Balaamu mwana wa Beori anataka kusema, yeye ambaye macho yake yemefunuliwa sana.
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4 Huongea na kusikia maneno ya Mungu. Huona maono toka kwa Mwenyezi, ambaye mbele zake humwinamia na macho yake yakiwa yamefumbuliwa.
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
5 Jinsi zilivyo nzuri hema zako, ewe Yakobo, mahali unapoishi, Israeli!
ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
6 Wamesambaa kama bonde, kama bustani zilizo pembezoni mwa mto, Kama miti ya mishubiri iliyopandwa na BWANA, ni kama mfano wa mielezi pembezoni mwa maji.
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
7 Maji yanatiririka katika ndoo zao, na mbegu zao zimemwagiwa maji vizuri. Mfalme wao atakuwa juu ya Agagi, na ufalme wao utaheshimiwa.
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
8 Mungu anamtoa Misri, na nguvu kama za nyati. Atawameza mataifa wanaopigana nao. Ataivunja mifupa yao katika vipande vipande. atawapiga kwa mishale yake.
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
9 Ananyatia kama simba mume, na kamaa simba jike. Ni nani atakayejaribu kumsumbua? Kila mmoja anayembariki na abarikiwe; na kila mmoja anayemlaani na alaaniwe.”
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
10 Hasira za Balaki zikawaka dhidi ya Balaamu naye akaipiga mikono yake kwa pamoja. Balaki akamwambia Balaamu, “Nilkuita ili uwalaani maadui zangu, Lakini tazama, umewabariki mara tatu.
ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
11 Kwa hiyo ondoka uende nyumbani uniache sasa hivi. Nilisema ningekupa zawadi kubwa sana, lakini BWANA amekuzuilia kupata zawadi.”
ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
12 Ndipo Balaamu alipomjibu Balaki, “Niliwaambia wale wajumbe ulionitumia,
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
13 'Hata kama Balaki atanipa ikulu yake ikiwa imejaa fedha na dhahabu, sitafanya zaidi ya maneno ya BWANA kwa lolote zuri au baya, au kwa chochote ambacho ningetaka kufanya. Ninaweza kusema kile tu ambacho BWANA ananiambia kusema,' Je, sikuwaambia haya?
‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
14 Kwa hiyo sasa, tazama, nitarudi kwa watu wangu. Lakini kwanza nikuonye kile ambacho hawa watu watawafanyia watu wako katika siku zijazo.”
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
15 Balaamu alianza unabii huu. Akisema, “Balaamu mwana wa Beori anasema, Mtu yule aliyefumbuliwa macho yake.
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
16 Huu ni unabii wa mtu alisikiaye neno la Mungu, aliye na maarifa toka kwake Yeye aliye juu, aliye na maono kutoka kwa Mwenyezi, Yeye ambaye humpigia magoti macho yakiwa yamefumbuliwa.
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
17 Ninamwona, lakini hayuko hapa sasa. Ninamtazama, lakini siyo karibu. Nyota itatokea katika Yakobo, na fimbp ya enzi itatokea katika Israeli. Naye atawapigapiga viongozi wa Moabu na kuwaharibu wa uzao wa Sethi
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
18 Ndipo Edomu atakapokuwa miliki ya Israeli, na Seiri pia itakuwa milki yao, maadui wa Israeli, ambao Israeli atawashinda kwa nguvu zake.
ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
19 Kutoka kwa Yakobo atatoka mfalme ambaye utawala wake naye atawaangamiza waliosalia katika mji.”
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
20 Kisha Balaamu akamtazama Amaleki na akaanza kutoa unabii wake. Alisema, “Amaleki alikuwa mkuu katika mataifa, lakini mwisho wake utakuwa uharibifu.”
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
21 Kisha Balaamu akawatazama Wakeni na akaanza kutoa unabii wake. Akasema, “Mahali unapoishi pana usalama, na viiota vyake viko kwenye miamba.
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
22 Lakini pamoja na hayo, Kaini ataharibiwa na Ashuru atakapowachukua mateka.”
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
23 Kisha Balaamu akanza unabii wake wa mwisho. Akasema, “Ole wake atakayesalia Mungu atakapoyafanya haya?
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
24 Merikebu zitakuja toka pwani ya Kittimu; Zitaivamia Ashuru na kuiharibu Eberi, lakini wao pia wataishia kwenye uharibifu.”
ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
25 Kisha Balaamu akainuka na kuondoka. Akarudi nyumbani kwake, na Balaki naye akaondoka.
ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

< Hesabu 24 >