< Hesabu 36 >

1 Kisha wale viongozi wa nyumba za mababa wa ukoo wa Gileadi mwana wa Machiri (ambaye alikuwa mwana wa Manase), ambao walikuwa wa ukoo wa uzao wa Yusufu, walikuja wakasema mbele za Musa na mbele za vionigozi wa familia za mababa wa watu wa Israeli.
ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
2 Wakasema, “BWANA alikuamuru, wewe bwana wetu, kutupa mgawo wa ardhi kwa kura kwa wana wa Israeli. Uliamuriwa na BWANA kutoa mgawo wa Zerofehadi kaka yetu kwa binti zake.
ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
3 Lakini hawa binti wameolewa na wanaume toka kabila zingine za wana wa Israeli, basi mgawo wao wa ardhi utaondolewa kutoka kwenye mgawo wa mababa zao. Utaongezwa kwenye mgawo wa makabila ambayo wao wanaungana nao. Kwa sababu hiyo, Utaondolewa kwenye mgawo uliopangwa kwenye urithi wetu.
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
4 Kwa sababu hiyo, wakati wa mwaka wa yubilee ya wana wa Israeli utakapofika, mgawo wao utaunganishwa na kabila ile waliyoungana nao. Kwa sababu hii mgawo wao utaondolewa kwenye mgawo wa mababa zetu.”
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
5 Basi Musa akawapa amri wana wa Israeli, kwa neno la BWANA. Akasema, “Kile wanachosema watu wa kabila la Yusufu kiko sahihi.
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
6 Hiki ndicho BWANA anaagiza kuhusu mabinti wa Zelofehadi. Anasema, 'Acha waolewa na wale ambao wao wanaofikri ni vizuri zaidi, lakini lazima waolewe ndani ya kabila ya baba yao.'
ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’
7 Hakuna mgawo wa watu utakaobadilika kutoka kabila moja kwenda jingine. Kila mtu wa Israeli ataendelea na mgawo wa kabila ya baba y ake.
ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
8 Kila mwanamke wa watu wa Israeli aliye na mgao kwenye kabila lake lazima aolewe na mtu wa ukoo unaotoka kwenye kabila la baba yake. Hii itafanyika hivyo ili kila mtu wa wana wa Israeli aweze kuwa na urithi kutoka kwa mababa zake.
ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
9 Hakuna mgawo utakaobadilika kutoka kabila nyingine kwenda kabila nyingine. Kila mtu wa kabila za watu wa Israeli atalinda urithi wake.”
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
10 Kwa hiyo wale binti wa Zelofehadi walifanya kama vile BWANA alivyokuwa amemwamuru Musa. Mahila, Tiriza, Hogila, Milika, na Noha, binti za
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
11 Zelofehadi, waliolewa na wana wa uzao wa Manase.
ଅର୍ଥାତ୍‍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
12 Waliolewa katika koo za uzao wa Manase mwana wa Yusufu. Kwa sababu hii, urithi wao ulibaki kwenye kabila la ukoo ambalo baba yao alikuwa anatoka.
ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
13 Hizi ndizo amri na maagizo ambayo BWANAaliyatoa kupitia Musa kwa wana wa Israeli katika nyanda za Moabu karibu na Yorodani huko Yeriko.
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।

< Hesabu 36 >