< Mithali 18 >

1 Yule ambaye hujitenga hutafuta matakwa yake mwenyewe na hupingana na hukumu zote za kweli.
ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
2 Mpumbavu hapati raha katika ufahamu, lakini hufunua kile kilichopo katika moyo wake.
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
3 Mtu mwovu anapokuja, dharau huja pamoja naye- sambamba na aibu na shutuma.
ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
4 Maneno ya kinywa cha mtu ni maji yenye kina kirefu; chemchemi ya hekima ni mkondo unaotiririka.
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
5 Si vema kuwa na upendeleo kwa mwovu, wala haifai kukana haki kwa wale watendao mema.
ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
6 Midomo ya mpumbavu huletea mafarakano na kinywa chake hukaribisha mapigo.
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
7 Kinywa cha mpumbavu ni uharibifu wake na hujinasa mwenye kwa midomo yake.
ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8 Maneno ya mmbea ni kama chembe tamu na hushuka katika sehema za ndani sana kwenye mwili.
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9 Basi, ambaye ni mzembe katika kazi yake ni ndugu yake anayeharibu wengi.
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।
10 Jina la Yehova ni mnara imara; atendaye haki hukimbilia na kuwa salama.
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11 Mali ya tajiri ni mji wake imara na katika fikira zake ni kama ukuta mrefu.
ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12 Moyo wa mtu huwa na kiburi kabla ya anguko lake, bali unyenyekevu hutangulia kabla ya heshima.
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 Anayejibu kabla ya kusikiliza- ni upuuzi na aibu yake.
ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14 Roho ya mtu itajinusuru na madhara, bali roho iliyopondeka nani anaweza kuivumilia?
ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
15 Moyo wa mwenye akili hujipatia maarifa na usikivu wa mwenye busara huitafuta.
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
16 Zawadi ya mtu inaweza kufungua njia na kumleta mbele ya mtu muhimu.
ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
17 Wa kwanza kujitetea katika shitaka lake huonekana kuwa na haki hadi mpinzani wake aje na kumuuliza maswali.
ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
18 Kupiga kura kunamaliza mabishano na kuwatawanya wapinzani imara.
ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।
19 Ndugu aliyechukizwa ni mgumu kushawishiwa kuliko mji wenye nguvu, na kugombana ni kama makomeo ya ngome.
ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20 Tumbo la mtu litashiba kutoka kwenye tunda la kinywa chake; atatoshelezwa kwa mavuno ya midomo yake.
ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21 Uzima na kifo hutawaliwa kwa ulimi, na wale wenye kuupenda ulimi watakula tunda lake.
ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
22 Yeye apataye mke anapata kitu chema na kupokea fadhila kutoka kwa Yehova.
ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
23 Mtu masikini huomba rehema, lakini mtu tajiri hujibu kwa ukali.
ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।
24 Anayejidai kwa marafiki wengi watamleta katika uharibifu, bali yupo rafiki ambaye huwa karibu kuliko ndugu.
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।

< Mithali 18 >