< Zaburi 108 >

1 Ee Mungu, moyo wangu u thabiti; nitaimba, naam, nitaimba sifa pia kwa moyo mkuu.
ଦାଉଦଙ୍କର ଗାନାର୍ଥକ ଗୀତ। ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।
2 Amka, kinanda na kinubi; nitaamka alfajiri.
ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।
3 Nitakushukuru wewe, Yahwe, kati ya watu; nitakuimbia sifa kati ya mataifa.
ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
4 Kwa maana uaminifu wa agano lako ni mkuu juu ya mbingu; na uaminifu wako wafika mawinguni.
ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
5 Ee Mungu, uinuliwe, juu ya mbingu, na utukufu wako utukuke juu ya nchi.
ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
6 Ili kwamba wale uwapendao waokolewe, utuokoe sisi kwa mkono wako wa kuume na unijibu.
ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।
7 Mungu ameongea katika utakatifu wake; “Nitashangilia; nitaigawanya Shekemu na nitalipima bonde la Sukothi.
ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।
8 Gileadi ni yangu, na manase ni yangu; Ephraimu ni nguvu ya kichwa changu; Yuda ni fimbo yangu ya kifalme.
ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।
9 Moabu ni bakuli langu la kunawia; nitatupa kiatu changu juu ya Edomu; nitapaza sauti katika ushindi kwa ajili ya Filisti.
ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”
10 Ni nani atakaye nipeleka kwenye mji imara? Ni nani atakayeniongoza mpaka Edomu?”
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
11 Ee Mungu, sio wewe uliyetukataa? Hauendi vitani na jeshi letu.
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
12 Utupe msaada dhidi ya adui yetu, maana msaada wa wanadamu ni bure.
ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
13 Tutashinda kwa msaada wa Mungu; atawakanyaga kwa adui zetu.
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

< Zaburi 108 >