< Zaburi 115 >

1 Sio kwetu, Yahwe, sio kwetu, bali kwa jina lako ulete heshima, kwa ajili ya uaminifu wa agano lako na uaminifu wako.
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
2 Kwa nini mataifa yalazimike kusema, “Yuko wapi Mungu wako?”
“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
3 Mungu wetu aliye mbinguni; hufanya chochote apendacho.
ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
4 Sanamu za mataifa ni fedha na dhahabu, kazi ya mikono ya wanadamu.
ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
5 Sanamu hizo zina vinywa, lakini haziongei; zina macho, lakini hazioni;
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
6 zina masikio, lakini hazisikii; zina pua lakini hazinusi.
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
7 Sanamu hizo zina mikono, lakini hazishiki; zina miguu, lakini haziwezi kutembea; wala haziongei kutoka viywani mwao.
ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
8 Wale wanao zitengeneza wanafanana nazo, vile vile yeyote anaye amini katika hizo.
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
9 Israeli, amini katika Yahwe; yeye ni msaada wako na ngao yako.
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
10 Nyumba ya Haruni, amini katika Yahwe; yeye ni msaada wako na ngao yako.
ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
11 Ninyi mnao mheshumu Yahwe, mwamini yeye; yeye ni msaada wenu na ngao yenu.
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
12 Yahwe hutukumbuka sisi na atatubariki; ataibariki familia ya Israeli; atabariki familia ya Haruni.
ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
13 Atawabariki wale wanao muheshimu yeye, wote vijana na wazee.
ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
14 Yahwe na awaongeze ninyi zaidi na zaidi, ninyi pamoja na watoto wenu.
ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
15 Yahwe na awabariki, aliyeziumba mbingu na nchi.
ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
16 Mbingu ni za Yahwe; lakini nchi amewapa wanadamu.
ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
17 Wafu hawamsifu Yahwe, wala wote washukao chini kwenye ukimya;
ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
18 bali tutamtukuza Yahwe sasa na hata milele. Msifuni Yahwe.
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Zaburi 115 >