< Zaburi 28 >

1 Yahwe, ninalia; mwamba wangu, usinipuuze. Ikiwa haunijibu, nitaungana na wale waendao chini kaburini.
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
2 Sikia kilio cha kusihi kwangu pale niitapo msaada kutoka kwako, niinuapo mikono yangu mbele ya mahali patakatifu zaidi!
ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।
3 Usiniburute pamoja na waovu, wale wafanyao uovu, waongeao amani na majirani zao lakini mioyoni mwao mna uovu.
ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
4 Uwape kulingana na sitahili ya matendo yao na uwalipe kulingana na madai ya maovu yao, uwalipe kwa ajili ya kazi ya mikono yao na uwape kile wanachostahili.
ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
5 Kwa sababu hawayaelewi matendo ya Yahwe wala kazi ya mikono yake, atawakanyaga kanyaga chini na hata wajenga tena wao.
ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
6 Abarikiwe Yahwe kwa sababu yeye amesikia sauti ya kusihi kwangu!
ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
7 Yahwe ni nguvu yangu na ngao yangu; moyo wangu wa humwamini yeye, na ninasaidiwa. Kwa hiyo moyo wangu hufurahia sana, nami nitamsifu yeye kwa kuimba.
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
8 Yahwe ni nguvu ya watu wake, naye ni mkombozi salama wa wapakwa mafuta wake.
ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
9 Uwaokoe watu wako na uwabariki warithi wako. Uwe mchungaji wao na uwabebe milele.
ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।

< Zaburi 28 >