< Zaburi 37 >

1 Usikereshwe na wafanyao maovu; usiwaonee wivu wale watendao yasiyo haki.
ଦାଉଦଙ୍କର ଗୀତ। ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।
2 Kwa kuwa muda mfupi watakauka kama nyasi na kukauka kama vile mimea ya kijani ikaukavyo wakati wa kiangazi.
କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
3 Uwamini Mungu na kufanya yaliyo mema; uishi katika nchi na uongezeke katika imani.
ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
4 Kisha ufurahi mwenyewe katika Yahwe, naye atakupa matamanio ya moyo wako.
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
5 Umkabidhi njia zako Yahwe; uamini katika yeye, naye atatenda kwa niaba yako.
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
6 Yeye ataidhihilisha haki yako kama mchana na usafi wako kama mwangaza wa mchana.
ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
7 Uwe kumya mbele za Yahwe na umsubiri yeye kwa uvumilivu. Usikasirike ikiwa kuna mtu anafanikiwa kwa kile afanyacho, au afanyapo njama za uovu.
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
8 Usikasilile na kugadhabika. Usiogope. Hii huleta matatizo tu.
କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
9 Watendao maovu watafutiliwa mbali, bali wale wamngojao Yahwe watairithi nchi.
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
10 Katika muda mfupi mtu mwovu atatoweka; wewe utatazama mahali pake, wala hautamuona.
ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ।
11 Lakini wapole watairithi nchi nao watafurahia katika mafanikio makubwa.
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
12 Mtu mwovu hupanga njama kinyume na mwenye haki na kumsagia meno.
ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
13 Bwana humcheka, kwa maana anaona siku yake inakuja.
ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।
14 Waovu wametoa nje panga zao na wametayarisha pinde zao ili kuwaangamiza wanyonge na wahitaji, na kuwaua wenye haki.
ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି।
15 Panga zao zitawaua wenyewe, na pinde zao zitavunjika.
ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।
16 Ni bora kuwa mwenye haki maskini kuliko tajiri mwenye mali nyingi.
ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17 Kwa maana mikono ya watu waovu itavunjika, bali Yahwe huwasaidia watu wenye haki.
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ।
18 Yahwe huwalinda watu wasio na lawama siku hadi siku, na urithi wao utakuwa wa milele.
ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19 Hawata aibika siku mbaya zijapo. Wakati wa njaa ufikapo wao watakuwa na chakula cha kutosha.
ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
20 Bali waovu wataangamia. Maadui wa Yahwe watakuwa kama vile utukufu wa malisho; watamalizwa na kupotezwa katika moshi.
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
21 Mtu mwovu hukopa lakini halipi, bali mtu mwenye haki ni mkarimu na hutoa.
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
22 Wale walio barikiwa na Mungu watairithi nchi; wale aliowalaani watafutiliwa mbali.
କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23 Hatua za mwanadamu zinaimarishwa na Yahwe, mtu ambaye njia zake zinakubalika machoni pa Mungu.
ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24 Ajapojikwaa, hataanguka chini, kwa kuwa Yahwe anamshikilia kwa mkono wake.
ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
25 Nilikuwa kijana na sasa ni mzee; sijawahi kumuona mtu mwenye haki ametelekezwa wala watoto wake kuombaomba mkate.
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26 Wakati wote yeye ni mkarimu na hukopesha, nao watoto wake hufanyika baraka.
ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
27 Acha uovu na ufanye yaliyo mema; ndipo utakapokuwa salama milele.
ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
28 Kwa maana Yahwe hupenda haki naye hawaachi wafuasi waaminifu. Wao hutunzwa milele, lakini uzao wa waovu utafutiliwa mabli.
କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
29 Wenye haki watairithi nchi na kuaa huko milele.
ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
30 Mdomo wa mwenye haki huongea hekima na huongeza haki.
ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
31 Sheria ya Mungu wake imo moyoni mwake; miguu yake haitelezi.
ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।
32 Mtu mwovu humvizia mwenye haki na kutafuta kumuua.
ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
33 Yahwe hatamuacha yeye kwenye mkono wa mtu mwovu wala kumlaumu atakapohukumiwa.
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
34 Umngoje Yahwe na uishike njia yake, naye atakuinua uimiliki nchi. Atakapo waondosha waovu wewe utaona.
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
35 Nimewaona waovu na mtu wa kutisha akienea kama mti wa kijani katika udongo wa asili.
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
36 Lakini nilipopita tana mara nyingine, hakuwepo pale. nilimtafuta, lakini sikumpata.
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
37 Uwachunguze watu waadilifu, na uwatambue wenye haki; kuna hatima nzuri kwa ajili ya mtu wa amani.
ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
38 Mwenye dhambi wataharibiwa kabisa; hatima ya mtu mwovu ni kuondoshwa.
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
39 Wokovu wa haki unatoka kwa Yahwe; yeye huwalinda wao nyakati za shida.
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
40 Yahwe huwasaidia na kuwaokoa. Yeye huwaokoa dhidi ya watu waovu na kuwanusuru wao kwa sababu wao wamemkimbilia yeye kwa ajili ya usalama.
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।

< Zaburi 37 >