< 1 Wakorintho 10 >

1 Ndugu, nataka mjue kwamba babu zetu wote walikuwa chini ya ulinzi wa lile wingu, na kwamba wote walivuka salama ile bahari.
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
2 Wote walibatizwa katika umoja na Mose kwa lile wingu na ile bahari.
ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
3 Wote walikula chakula kilekile cha kiroho,
ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
4 wakanywa pia kinywaji kilekile cha kiroho, maana walikunywa kutoka ule mwamba wa kiroho uliowafuata; mwamba huo ulikuwa Kristo mwenyewe.
ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
5 Hata hivyo, wengi wao hawakumpendeza Mungu, na maiti zao zilisambazwa jangwani.
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।
6 Sasa, mambo hayo yote ni mfano tu kwetu; yanatuonya sisi tusitamani ubaya kama wao walivyotamani.
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
7 Msiwe waabudu sanamu kama baadhi yao walivyokuwa; kama yasemavyo Maandiko: “Watu waliketi kula na kunywa, wakasimama kucheza.”
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
8 Wala tusizini kama baadhi yao walivyozini, wakaangamia siku moja watu ishirini na tatu elfu.
ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।
9 Tusimjaribu Bwana kama baadhi yao walivyomjaribu, wakauawa na nyoka.
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
10 Wala msinung'unike kama baadhi yao walivyonung'unika, wakaangamizwa na Mwangamizi!
ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
11 Basi, mambo hayo yaliyowapata wao ni kielelezo kwa wengine, na yaliandikwa ili kutuonya sisi, ambao mwisho wa nyakati unatukabili. (aiōn g165)
ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। (aiōn g165)
12 Anayedhani amesimama imara ajihadhari asianguke.
ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
13 Majaribu mliyokwisha pata ni ya kawaida kwa binadamu. Mungu ni mwaminifu, naye hataruhusu mjaribiwe kupita nguvu zenu, ila pamoja na majaribu, yeye atawapeni pia nguvu ya kustahimili na njia ya kutoka humo salama.
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
14 Kwa hiyo, wapenzi wangu, epeni ibada za sanamu.
ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।
15 Naongea nanyi, watu wenye busara; jiamulieni wenyewe hayo nisemayo.
ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।
16 Tunapomshukuru Mungu kwa kikombe kile cha baraka, je, huwa hatushiriki damu ya Kristo? Na tunapoumega mkate, je, huwa hatushiriki mwili wa Kristo?
ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
17 Kwa kuwa mkate huo ni mmoja, sisi, ingawa ni wengi, tu mwili mmoja; maana sote twashiriki mkate huohuo.
କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।
18 Chukueni, kwa mfano, Wayahudi wenyewe: kwao, wenye kula vilivyotambikiwa madhabahuni waliungana na hiyo madhabahu.
ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
19 Nataka kusema nini, basi? Kwamba chakula kilichotambikiwa sanamu ni kitu zaidi ya chakula? Na hizo sanamu, je, ni kitu kweli zaidi ya sanamu?
ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
20 Hata kidogo! Ninachosema ni kwamba tambiko wanazotoa watu wasiomjua Mungu wanawatolea pepo, sio Mungu. Sipendi kamwe ninyi muwe na ushirika na pepo.
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
21 Hamwezi kunywa kikombe cha Bwana na kikombe cha pepo; hamwezi kushiriki katika meza ya Bwana na katika meza ya pepo.
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
22 Au je, tunataka kumfanya Bwana awe na wivu? Mnadhani tuna nguvu zaidi kuliko yeye?
ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
23 Vitu vyote ni halali, lakini si vyote vinafaa. Vitu vyote ni halali lakini si vyote vinajenga.
ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
24 Mtu asitafute faida yake mwenyewe, ila faida ya mwenzake.
କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।
25 Kuleni chochote kile kiuzwacho sokoni bila ya kuulizauliza kwa sababu ya dhamiri zenu;
ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,
26 maana Maandiko yasema: “Dunia na vyote vilivyomo ni mali ya Bwana.”
କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।
27 Kama mtu ambaye si muumini akiwaalikeni nanyi mkakubali kwenda, basi, kuleni vyote atakavyowaandalieni bila kuulizauliza kwa sababu ya dhamiri zenu.
ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।
28 Lakini mtu akiwaambieni: “Chakula hiki kimetambikiwa sanamu,” basi, kwa ajili ya huyo aliyewaambieni hivyo na kwa ajili ya dhamiri, msile.
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
29 Nasema, “kwa ajili ya dhamiri,” si dhamiri yenu, bali dhamiri yake huyo aliyewaambieni. Mtaniuliza: “Kwa nini uhuru wangu utegemee dhamiri ya mtu mwingine?
ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
30 Ikiwa mimi nashiriki chakula hicho huku namshukuru Mungu, kwa nini nilaumiwe kwa chakula ambacho kwa ajili yake nimemshukuru Mungu?”
ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
31 Basi, chochote mfanyacho iwe ni kula au kunywa, fanyeni yote kwa ajili ya utukufu wa Mungu.
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
32 Msiwe kikwazo kwa Wayahudi au kwa Wagiriki au kwa kanisa la Mungu.
ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
33 Muwe kama mimi; najaribu kuwapendeza wote kwa kila njia, bila kutafuta faida yangu mwenyewe ila faida ya wote, wapate kuokolewa.
ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।

< 1 Wakorintho 10 >