< Luka 15 >

1 Siku moja, watoza ushuru na wahalifu wengi walikwenda kumsikiliza Yesu.
ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ।
2 Mafarisayo na walimu wa Sheria wakaanza kunung'unika: “Mtazameni mtu huyu! Anawakaribisha wenye dhambi, na tena anakula nao.”
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
3 Yesu akawajibu kwa mfano:
ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4 “Hivi, mtu akiwa na kondoo mia, akigundua kwamba mmoja wao amepotea, atafanya nini? Atawaacha wale tisini na tisa mbugani, na kwenda kumtafuta yule aliyepotea mpaka ampate.
“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
5 Akimpata, atambeba mabegani kwa furaha.
ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6 Anapofika nyumbani, atawaita rafiki zake akiwaambia, Furahini pamoja nami, kwa sababu nimempata yule kondoo wangu aliyepotea.
ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
7 Kadhalika nawaambieni, ndivyo kutakavyokuwa na furaha mbinguni kwa ajili ya kutubu kwa mwenye dhambi mmoja, kuliko kwa ajili ya watu tisini na tisa wanaojiona kuwa wema, wasiohitaji kutubu.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”
8 “Au mwaonaje? Tuseme mwanamke fulani ana sarafu kumi za fedha, akipoteza moja, atafanya nini? Atawasha taa, aifagie nyumba na kuitafuta kwa uangalifu mpaka aipate.
“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
9 Akiipata, atawaita rafiki na jirani zake akisema, Furahini pamoja nami, kwa sababu nimeipata ile sarafu yangu iliyopotea.
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’
10 Kadhalika nawaambieni, ndivyo watakavyofurahi malaika wa Mungu kwa sababu ya mwenye dhambi mmoja anayetubu.”
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”
11 Yesu akaendelea kusema, “Kulikuwa na mtu mmoja mwenye wana wawili.
ସେ ଆହୁରି କହିଲେ, “ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ।
12 Yule mdogo, alimwambia baba yake: Baba, nipe urithi wangu. Naye akawagawia mali yake.
ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।
13 Baada ya siku chache, yule mdogo aliuza urithi wake, akasafiri na fedha aliyopata, akaenda nchi ya mbali ambako aliitumia ovyo.
ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
14 Alipomaliza kutumia kila kitu, kukatokea njaa kali katika nchi ile, naye akaanza kuhangaika.
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।
15 Akaomba kazi kwa mwananchi mtu mmoja wa huko naye akampeleka shambani mwake kulisha nguruwe.
ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;
16 Alitamani kula maganda waliyokula wale nguruwe, ila hakuna mtu aliyempa kitu.
ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।
17 Alipoanza kupata akili akafikiri: Mbona kuna wafanyakazi wengi wa baba yangu wanaokula na kusaza, nami ninakufa njaa?
ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
18 Nitarudi kwa baba yangu na kumwambia: Baba, nimemkosea Mungu, na nimekukosea wewe pia.
ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19 Sistahili hata kuitwa mwanao. Nifanye kama mmoja wa wafanyakazi wako.
ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।
20 Basi, akaanza safari ya kurudi kwa baba yake. Alipokuwa bado yu mbali, baba yake alimwona, na kwa moyo wa huruma alimkimbilia, akamkumbatia na kumbusu.
ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
21 “Mwanawe akamwambia: Baba, nimemkosea Mungu, na nimekukosea wewe pia. Sistahili hata kuitwa mwanao.
ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
22 Lakini baba yake akawaambia watumishi wake: Haraka! Leteni nguo nzuri mkamvike! Mvisheni pete na viatu!
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
23 Mchinjeni ndama mnono; tule kusherehekea!
ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
24 Kwa sababu huyu mwanangu alikuwa amekufa, kumbe yu mzima alikuwa amepotea, lakini sasa amepatikana. Wakaanza kufanya sherehe.
କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
25 “Wakati huo kaka yake alikuwa bado shambani. Alipokuwa akirudi na kukaribia nyumbani akasikia vifijo na ngoma.
ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
26 Akamwita mmoja wa watumishi, akamwuliza: Kuna nini?
ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।
27 Huyo mtumishi akamwambia: Ndugu yako amerudi nyumbani, na baba yako amemchinjia ndama mnono kwa kuwa amempata akiwa salama salimini.
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।
28 Huyo kijana mkubwa akawaka hasira hata akakataa kuingia nyumbani. Baba yake akatoka nje na kumsihi aingie.
ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।
29 Lakini yeye akamjibu: Kumbuka! Miaka yote nimekutumikia, sijavunja amri yako hata mara moja. Umenipa nini? Hujanipa hata mwana mbuzi mmoja nikafanye sherehe pamoja na rafiki zangu!
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;
30 Lakini mtoto wako huyu aliyekula mali yako pamoja na makahaba, mara tu alipokuja umemchinjia yule ndama mnono.
କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।
31 Baba yake akamjibu: Mwanangu, wewe uko pamoja nami siku zote, na kila nilicho nacho ni chako.
ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;
32 Ilitubidi kufanya sherehe na kufurahi, kwa sababu huyu ndugu yako alikuwa amekufa, kumbe yu mzima; alikuwa amepotea, lakini sasa amepatikana.”
କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”

< Luka 15 >