< దినవృత్తాంతములు~ రెండవ~ గ్రంథము 5 >

1 సొలొమోను యెహోవా మందిరానికి తాను చేయించిన పనంతా పూర్తి చేసి, తన తండ్రి దావీదు ప్రతిష్ఠించిన వెండినీ బంగారాన్నీ వస్తువులన్నిటినీ దేవుని మందిరం ధనాగారాల్లో ఉంచాడు.
ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
2 తరువాత సొలొమోను యెహోవా నిబంధన మందసాన్ని సీయోను అనే దావీదు పట్టణం నుండి తెప్పించడానికి ఇశ్రాయేలీయుల పెద్దలనూ ఇశ్రాయేలీయుల వంశాలకు అధికారులైన గోత్రాల పెద్దలందరినీ యెరూషలేములో సమావేశపరిచాడు.
ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।
3 ఏడవ నెలలో పండగ జరిగే సమయానికి ఇశ్రాయేలీయులంతా రాజు దగ్గరికి వచ్చారు.
ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
4 ఆ పెద్దలంతా వచ్చిన తరువాత లేవీయులు మందసాన్ని ఎత్తుకున్నారు.
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
5 సొలొమోను రాజు, ఇశ్రాయేలీయుల సమాజమంతా సమావేశమై, లెక్కించ లేనన్ని గొర్రెలనూ పశువులనూ బలిగా అర్పించారు.
ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
6 లేవీయులు, యాజకులు కలిసి, మందసాన్ని, సమాజపు గుడారాన్నీ దానిలో ఉండే ప్రతిష్ఠిత వస్తువులన్నిటినీ తీసుకువచ్చారు.
ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।
7 యాజకులు యెహోవా నిబంధన మందసాన్ని గర్భాలయమైన అతి పరిశుద్ధస్థలం లో కెరూబుల రెక్కల కింద ఉంచారు.
ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
8 మందసం ఉండే స్థలానికి పైగా కెరూబులు తమ రెండు రెక్కలనూ చాపి మందసాన్నీ దాని మోత కర్రలనూ కప్పాయి.
ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
9 మోతకర్రల కొనలు గర్భాలయం ఎదుట ఉన్న పరిశుద్ధ స్థలం లో కనబడేటంత పొడవుగా ఉన్నాయి గానీ అవి బయటికి కనబడలేదు. ఇప్పటి వరకూ అవి అక్కడే ఉన్నాయి.
ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
10 ౧౦ ఇశ్రాయేలీయులు ఐగుప్తులోనుండి వెళ్లిన తరవాత యెహోవా హోరేబులో వారితో నిబంధన చేసినప్పుడు మోషే ఆ మందసంలో ఉంచిన రెండు రాతిపలకలు తప్ప దానిలో ఇంకేమీ లేవు.
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
11 ౧౧ యాజకులు పరిశుద్ధస్థలం నుండి బయలుదేరి వచ్చినప్పుడు అక్కడ సమావేశమైన యాజకులంతా తమ వంతులతో నిమిత్తం లేకుండా తమను తాము ప్రతిష్ఠించుకున్నారు.
ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ।
12 ౧౨ ఆసాపు, హేమాను, యెదూతూను, వారి కుమారులు, సహోదరులు, గాయకులైన లేవీయులంతా, సన్నని నార వస్త్రాలు ధరించి, తాళాలు, తంబురలు, సితారాలు చేత పట్టుకుని బలిపీఠానికి తూర్పు వైపు నిలబడ్డారు.
ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,
13 ౧౩ వారితో బాటు 120 మంది బాకాలు ఊదే యాజకులు నిలబడ్డారు. బూరలూదే వారూ గాయకులూ ఒకేసారి యెహోవాకు కృతజ్ఞతా స్తుతులు చెల్లిస్తూ గానం చేసినప్పుడు యాజకులు పరిశుద్ధస్థలం నుండి బయటికి వెళ్ళి ఆ బాకాలతో తాళాలతో ఇతర వాద్యాలతో కలిసి గొంతెత్తి “యెహోవా దయ గలవాడు. ఆయన కృప నిత్యమూ ఉంటుంది” అని స్తోత్రం చేశారు.
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
14 ౧౪ అప్పుడు ఒక మేఘం యెహోవా మందిరాన్ని నింపింది. యెహోవా తేజస్సుతో ఆ మందిరం నిండిపోవడం వలన సేవ చేయడానికి యాజకులు ఆ మేఘం దగ్గర నిలబడలేక పోయారు.
ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା।

< దినవృత్తాంతములు~ రెండవ~ గ్రంథము 5 >