< సంఖ్యాకాండము 32 >

1 రూబేనీయులకు, గాదీయులకు, పశువులు అతి విస్తారంగా ఉండడం వలన యాజెరు, గిలాదు ప్రాంతాలు మందలకు తగిన స్థలమని వారు గ్రహించారు.
ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
2 వారు మోషేతో, యాజకుడు ఎలియాజరుతో సమాజ నాయకులతో
ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
3 “అతారోతు, దీబోను, యాజెరు, నిమ్రా, హెష్బోను, ఏలాలే, షెబాము, నెబో, బెయోను అనే ప్రాంతాలు,
“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
4 అంటే ఇశ్రాయేలు ప్రజలందరి ఎదుట యెహోవా జయించిన దేశం పశువుల మందలకు అనువైంది. మీ సేవకులైన మాకు మందలు ఉన్నాయి.
ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
5 కాబట్టి మా మీద మీకు దయ కలిగితే, మమ్మల్ని యొర్దాను నది దాటించవద్దు. మాకు ఈ దేశాన్ని వారసత్వంగా ఇవ్వండి” అన్నారు.
ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
6 అప్పుడు మోషే గాదీయులకు, రూబేనీయులకు ఇలా జవాబిచ్చాడు. “మీ సోదరులు యుద్ధాలు చేస్తూ ఉంటే మీరు ఇక్కడే ఉండిపోవచ్చా?
ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
7 యెహోవా ఇశ్రాయేలు ప్రజలకు ఇచ్చిన దేశానికి వెళ్ళకుండా మీరు వారి హృదయాలను ఎందుకు నిరుత్సాహ పరుస్తున్నారు?
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
8 ఆ దేశాన్ని చూసి రావడానికి కాదేషు బర్నేయలో నేను మీ తండ్రులను పంపినప్పుడు వారు కూడా ఇలాగే చేశారు కదా.
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
9 వారు ఎష్కోలు లోయలోకి వెళ్లి ఆ దేశాన్ని చూసి ఇశ్రాయేలు ప్రజలను అధైర్యపరిచారు కాబట్టి యెహోవా తమకిచ్చిన దేశంలో ప్రవేశించలేకపోయారు.
କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
10 ౧౦ ఆ రోజు యెహోవా కోపం తెచ్చుకున్నాడు.
ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
11 ౧౧ ఇరవై సంవత్సరాలకు మించి, ఐగుప్తుదేశం నుండి వచ్చిన మనుషుల్లో యెహోవాను పూర్ణ మనస్సుతో అనుసరించిన కెనెజీయుడు, యెఫున్నె కొడుకు కాలేబు, నూను కొడుకు యెహోషువ తప్ప
‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
12 ౧౨ మరి ఎవ్వడూ పూర్ణమనస్సుతో నన్ను అనుసరించలేదు కాబట్టి నేను అబ్రాహాము, ఇస్సాకు, యాకోబులకు ఇస్తానని ప్రమాణం చేసిన దేశాన్ని మరి ఎవరూ చూడనే చూడరు, అని శపథం చేశాడు.
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
13 ౧౩ అప్పుడు ఇశ్రాయేలు ప్రజల మీద యెహోవా కోపం రగులుకోవడం వల్ల ఆయన దృష్ఠికి చెడుతనం చూపిన ఆ తరం వారంతా నాశనం అయ్యే వరకూ వారిని అరణ్యంలో తిరిగేలా చేశాడు.
ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
14 ౧౪ ఇప్పుడు ఇశ్రాయేలు ప్రజల మీద యెహోవాకు మరింత కోపం పుట్టించేలా ఆ పాపుల పిల్లలైన మీరు వారి స్థానంలో బయలుదేరారు.
ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
15 ౧౫ మీరు ఆయన్ని అనుసరించకుండా వెనక్కి తగ్గిపోతే ఆయన ఈ ప్రజలందరినీ ఈ అడవిలోనే నిలిపివేస్తాడు. ఆ విధంగా మీరు ఈ ప్రజలందరి నాశనానికి కారకులౌతారు.”
କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
16 ౧౬ అందుకు వారు అతనితో “మేము ఇక్కడ మా పశువుల కోసం దొడ్లూ, మా పిల్లల కోసం ఊరులూ కట్టుకుంటాం.
ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
17 ౧౭ ఇశ్రాయేలు ప్రజలను వారివారి స్థలాలకు చేర్చే వరకూ మేము యుద్ధానికి సిద్ధపడి వారి ముందు సాగిపోతాం. అయితే మా పిల్లలు ఈ ప్రాంత ప్రజల భయం వలన ప్రాకారాలున్న ఊర్లలో నివసించాలి.
ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
18 ౧౮ ఇశ్రాయేలీయుల్లో ప్రతివాడూ తన తన వారసత్వాన్ని పొందేవరకూ మా ఇళ్ళకు తిరిగి రాము.
ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
19 ౧౯ తూర్పున యొర్దాను ఇవతల మాకు వారసత్వం దొరికింది కాబట్టి ఇక యొర్దాను అవతల వారితో వారసత్వం అడగం” అన్నారు.
ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
20 ౨౦ అప్పుడు మోషే వారితో “మీరు మీ మాట మీద నిలబడి యెహోవా సన్నిధిలో యుద్ధానికి సిద్ధపడి యెహోవా తన ఎదుటనుండి తన శత్రువులను వెళ్లగొట్టే వరకూ
ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
21 ౨౧ యెహోవా సన్నిధిలో మీరంతా యొర్దాను అవతలికి వెళ్ళి
ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
22 ౨౨ ఆ దేశాన్ని జయించిన తరవాత మీరు తిరిగి రావచ్చు. మీరు యెహోవా దృష్టికీ ఇశ్రాయేలీయుల దృష్టికీ నిర్దోషులుగా ఉంటారు. అప్పుడు ఈ దేశం యెహోవా సన్నిధిలో మీకు వారసత్వం అవుతుంది.
ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
23 ౨౩ మీరు అలా చేయకపోతే యెహోవా దృష్టికి పాపం చేసిన వారవుతారు కాబట్టి మీ పాపం మిమ్మల్ని పట్టుకొంటుందని తెలుసుకోండి.
ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
24 ౨౪ మీరు మీ పిల్లల కోసం ఊర్లను, మీ పశువుల కోసం దొడ్లను కట్టుకుని మీరు చెప్పిన ప్రకారం చేయండి అన్నాడు.”
ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
25 ౨౫ అందుకు గాదీయులు, రూబేనీయులు మోషేతో “మా యజమానివి నువ్వు ఆజ్ఞాపించినట్టు నీ సేవకులైన మేము చేస్తాం.
ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
26 ౨౬ మా పిల్లలు, భార్యలు, మా ఆవుల మందలు గిలాదు ఊళ్ళలో ఉంటారు.
ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
27 ౨౭ నీ సేవకులైన మేము, అంటే మా సైన్యంలో ప్రతి యోధుడు మా యజమానివి నువ్వు చెప్పినట్టు యెహోవా సన్నిధిలో యుద్ధం చేయడానికి యొర్దాను అవతలికి వస్తాము” అన్నారు.
ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
28 ౨౮ కాబట్టి మోషే వారిని గురించి యాజకుడైన ఎలియాజరుకు, నూను కుమారుడు యెహోషువకు, ఇశ్రాయేలు గోత్రాల్లో పూర్వీకుల వంశాల నాయకులకు ఇలా ఆజ్ఞాపించాడు,
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
29 ౨౯ “గాదీయులు, రూబేనీయులు అందరూ యెహోవా సన్నిధిలో యుద్ధానికి సిద్దపడి మీతో కూడా యొర్దాను అవతలికి వస్తే, ఆ దేశాన్ని మీరు జయించిన తరవాత మీరు గిలాదు దేశాన్ని వారికి వారసత్వంగా ఇవ్వాలి.
ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
30 ౩౦ కాని వారు యుద్ధానికి సిద్ధపడి మీతో కలిసి అవతలకి రాకపోతే వారు కనాను దేశంలో మీ మధ్యనే వారసత్వం పొందుతారు”
ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
31 ౩౧ దానికి గాదీయులు, రూబేనీయులు “యెహోవా నీ సేవకులైన మాతో చెప్పినట్టే చేస్తాం.
ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
32 ౩౨ మేము యెహోవా సన్నిధిలో యుద్ధానికి సిద్ధపడి నది దాటి కనాను దేశంలోకి వెళ్తాం. అప్పుడు యొర్దాను ఇవతల మేము వారసత్వం పొందుతాం” అని జవాబిచ్చారు.
ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
33 ౩౩ అప్పుడు మోషే వారికి, అంటే గాదీయులకు, రూబేనీయులకు, యోసేపు కుమారుడు మనష్షే అర్థగోత్రం వారికి, అమోరీయుల రాజైన సీహోను రాజ్యాన్ని, బాషాను రాజైన ఓగు రాజ్యాన్ని, వాటి ఊళ్ళన్నిటినీ ఆ దేశాల చుట్టూ ఉన్న గ్రామాలనూ ఇచ్చాడు.
ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
34 ౩౪ గాదీయులు దీబోను, అతారోతు, అరోయేరు, అత్రోతు, షోపాను,
ତହିଁରେ ଗାଦ୍‍-ସନ୍ତାନଗଣ ଦୀବୋନ୍, ଅଟାରୋତ୍‍ ଓ ଅରୋୟେର;
35 ౩౫ యాజెరు, యొగ్బెహ, బేత్నిమ్రా, బేత్హారాను
ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,
36 ౩౬ అనే ఊళ్ళలో ప్రాకారాలు, పశువుల దొడ్లు కట్టుకున్నారు.
ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
37 ౩౭ రూబేనీయులు హెష్బోను, ఏలాలే, కిర్యతాయిము, నెబో, బయల్మెయోను,
ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;
38 ౩౮ షిబ్మా అనే ఊళ్లు కట్టి, వాటికి కొత్త పేర్లు పెట్టారు.
ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
39 ౩౯ మనష్షే సంతానం అయిన మాకీరీయులు గిలాదుపై దండెత్తి దాన్ని ఆక్రమించి దానిలోని అమోరీయులను వెళ్లగొట్టారు.
ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
40 ౪౦ మోషే మనష్షే కొడుకు మాకీరుకు గిలాదును ఇచ్చాడు.
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
41 ౪౧ అతని సంతానం అక్కడ నివసించింది. మనష్షే కొడుకు యాయీరు వెళ్లి అక్కడి గ్రామాలను ఆక్రమించి వాటికి యాయీరు గ్రామాలు అని పేరు పెట్టాడు.
ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।
42 ౪౨ నోబహు వెళ్లి కెనాతును దాని గ్రామాలను ఆక్రమించి దానికి నోబహు అని తన పేరు పెట్టాడు.
ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।

< సంఖ్యాకాండము 32 >