< Misir'Dan Çikiş 29 >

1 “Bana kâhinlik edebilmeleri için, Harun'la oğullarını kutsal kılmak üzere şunları yap: Bir boğa ile iki kusursuz koç al.
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
2 İnce buğday unundan mayasız ekmek, zeytinyağıyla yoğrulmuş mayasız pideler, üzerine yağ sürülmüş mayasız yufkalar yap.
ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
3 Bunları bir sepete koyup boğa ve iki koçla birlikte bana getir.
ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
4 Harun'la oğullarını Buluşma Çadırı'nın giriş bölümüne getirip yıka.
ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
5 Giysileri al; mintanı, efodun altına giyilen kaftanı, efodu ve göğüslüğü Harun'a giydir. Efodun ustaca dokunmuş şeridini bağla.
ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
6 Başına sarığı sar, üzerine de kutsal tacı koy.
ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
7 Sonra mesh yağını al, başına dökerek onu meshet.
ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
8 Harun'un oğullarını öne çıkarıp onlara mintan giydir.
ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
9 Bellerine kuşak bağla, başlarına başlık koy. Kalıcı bir kural olarak kâhinlik onların işi olacak. Böylece Harun'la oğullarını atamış olacaksın.
ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
10 “Boğayı Buluşma Çadırı'nın önüne getir, Harun'la oğulları ellerini boğanın başına koysunlar.
ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
11 Boğayı huzurumda, Buluşma Çadırı'nın giriş bölümünde keseceksin.
ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
12 Kanını parmağınla sunağın boynuzlarına sür, artan kanı sunağın dibine dök.
ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।
13 Hayvanın bağırsak ve işkembe yağlarını, karaciğer perdesini, böbreklerini ve böbrek yağlarını sunağın üzerinde yakacaksın.
ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
14 Etini, derisini, gübresini de ordugahın dışında yak. Bu günah sunusudur.
ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
15 “Bir koç getir, Harun'la oğulları ellerini koçun başına koysunlar.
ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
16 Koçu sen kes. Kanını sunağın her yanına dök.
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।
17 Koçu parçalara ayırıp bağırsaklarını, işkembesini, ayaklarını yıka, başla öteki parçaların yanına koy.
ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।
18 Sonra koçun tümünü sunağın üzerinde yak. Bu RAB'be sunulan yakmalık sunu, RAB'bi hoşnut eden koku, O'nun için yakılan sunudur.
ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
19 “Öteki koçu getir, Harun'la oğulları ellerini koçun başına koysunlar.
ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
20 Koçu sen kes. Kanını Harun'la oğullarının sağ kulak memelerine, sağ el ve ayaklarının baş parmaklarına sür. Artan kanı sunağın her yanına dök.
ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
21 Sunağın üzerindeki kanı ve mesh yağını Harun'la oğullarının ve giysilerinin üzerine serp. Böylece Harun'la oğulları ve giysileri kutsal kılınmış olacak.
ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
22 “Koçun yağını, kuyruk yağını, bağırsak ve işkembe yağlarını, karaciğer perdesini, böbreklerini, böbrek yağlarını ve sağ budunu al. –Çünkü bu, biri göreve atanırken kesilen koçtur.–
ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
23 Huzurumdaki mayasız ekmek sepetinden bir somun, yağlı pide ve yufka al,
ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24 hepsini Harun'la oğullarının eline ver. Bunları benim huzurumda sallamalık sunu olarak salla,
ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
25 sonra ellerinden alıp sunakta yakmalık sunuyla birlikte beni hoşnut eden koku olarak yak. Bu, RAB için yakılan sunudur.
ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
26 “Harun'un atanması için sunulacak koçun döşünü huzurumda sallamalık sunu olarak salla. O döş senin payın olacak.
ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
27 Harun'la oğullarının atanması için kesilen koçun sallanmış olan döşüyle bağış olarak sunulan budunu bana ayır.
ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
28 İsrailliler bunları sürekli Harun'la oğullarının payına ayıracak. Bu, İsrailliler'in RAB'be sunduğu esenlik kurbanlarından biridir.
ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
29 “Harun'un kutsal giysileri, kendinden sonra oğullarına kalacak. Meshedilip atanırlarken bu giysileri giyecekler.
ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
30 Harun'un yerine kâhin olan oğlu, Kutsal Yer'de hizmet etmek üzere Buluşma Çadırı'na girdiğinde yedi gün bu giysileri giyecek.
ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
31 “Harun'la oğulları göreve atanırken kesilen koçun etini kutsal bir yerde haşlayacaksın. Haşlanan eti ve sepetteki ekmeği Buluşma Çadırı'nın giriş bölümünde yiyecekler.
ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
33 Atanıp kutsal kılınmaları için günahları bağışlatan bu sunuları yalnız onlar yiyebilir. Yabancı biri yiyemez, çünkü bu sunular kutsaldır.
ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।
34 Atanmaları için kesilen kurbanın etinden ya da ekmekten sabaha artan olursa, yakacaksın. Bunlar yenmeyecek, çünkü kutsaldır.
ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
35 “Harun'la oğulları için sana buyurduklarımın hepsini yap. Atanmaları yedi gün sürecek.
ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
36 Günah bağışlatmak için günah sunusu olarak her gün bir boğa sunacaksın. Sunağı arındırmak için günah sunusu sun, kutsal kılmak için de meshet.
ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
37 Yedi gün sunağı arındırarak kutsal kılacaksın. Böylece sunak çok kutsal olacak. Ona dokunan her şey de kutsal sayılacaktır.”
ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38 “Düzenli olarak her gün sunağın üzerinde bir yaşında iki erkek kuzu sunacaksınız.
ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
39 Kuzunun birini sabah, öbürünü akşamüstü sunun.
ଅର୍ଥାତ୍‍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।
40 Kuzuyla birlikte dörtte bir hin sıkma zeytinyağıyla yoğrulmuş onda bir efa ince un ve dökmelik sunu olarak dörtte bir hin şarap sunacaksınız.
ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
41 Öbür kuzuyu akşamüstü, beni hoşnut eden koku, yakılan sunu olarak, sabahki gibi tahıl sunusu ve dökmelik sunuyla birlikte bana sunacaksınız.
ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
42 “Bu yakmalık sunu Buluşma Çadırı'nın giriş bölümünde, RAB'bin huzurunda, kuşaklar boyu sürekli sunulacaktır. Musa'yla konuşmak için İsrail halkıyla orada buluşacağım.
ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
43 İsrailliler'le buluşurken çadır görkemimle kutsal kılınacak.
ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
44 “Buluşma Çadırı'nı ve sunağı kutsal kılacak, Harun'la oğullarını bana kâhinlik etmeleri için görevlendireceğim.
ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
45 İsrailliler arasında yaşayacak, onların Tanrısı olacağım.
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
46 Anlayacaklar ki, aralarında yaşamak için onları Mısır'dan çıkaran Tanrıları RAB benim. Tanrıları RAB benim.”
ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

< Misir'Dan Çikiş 29 >