< Matta 17 >

1 Altı gün sonra İsa, yanına yalnız Petrus, Yakup ve Yakup'un kardeşi Yuhanna'yı alarak yüksek bir dağa çıktı.
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ୍ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
2 Onların gözü önünde İsa'nın görünümü değişti. Yüzü güneş gibi parladı, giysileri ışık gibi bembeyaz oldu.
ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
3 O anda Musa'yla İlyas öğrencilere göründü. İsa'yla konuşuyorlardı.
ପୁଣି, ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା।
4 Petrus İsa'ya, “Ya Rab” dedi, “Burada bulunmamız ne iyi oldu! İstersen burada üç çardak kurayım: Biri sana, biri Musa'ya, biri de İlyas'a.”
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
5 Petrus daha konuşurken parlak bir bulut onlara gölge saldı. Buluttan gelen bir ses, “Sevgili Oğlum budur, O'ndan hoşnudum. O'nu dinleyin!” dedi.
ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”
6 Öğrenciler bunu işitince, dehşet içinde yüzüstü yere kapandılar.
ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।
7 İsa gelip onlara dokundu, “Kalkın, korkmayın!” dedi.
ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।”
8 Başlarını kaldırınca İsa'dan başka kimseyi göremediler.
ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
9 Dağdan inerlerken İsa onlara, “İnsanoğlu ölümden dirilmeden, gördüklerinizi kimseye söylemeyin” diye buyurdu.
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”
10 Öğrencileri O'na şunu sordular: “Peki, din bilginleri neden önce İlyas'ın gelmesi gerektiğini söylüyorlar?”
ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
11 İsa, “İlyas gerçekten gelecek ve her şeyi yeniden düzene koyacak” diye yanıtladı.
ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12 “Size şunu söyleyeyim, İlyas zaten geldi, ama onu tanımadılar, ona yapmadıklarını bırakmadılar. Aynı şekilde İnsanoğlu da onların elinden acı çekecektir.”
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”
13 O zaman öğrenciler İsa'nın kendilerine Vaftizci Yahya'dan söz ettiğini anladılar.
ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
14 Kalabalığın yanına vardıklarında bir adam İsa'ya yaklaşıp önünde diz çöktü.
ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,
15 “Ya Rab” dedi, “Oğlumun haline acı! Sarası var, çok acı çekiyor. Sık sık ateşe, suya düşüyor.
ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।
16 Onu senin öğrencilerine getirdim, ama iyileştiremediler.”
ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ।
17 İsa, “Ey imansız ve sapmış kuşak!” dedi. “Sizinle daha ne kadar kalacağım? Size daha ne kadar katlanacağım? Çocuğu buraya, bana getirin.”
ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”
18 İsa cini azarlayınca, cin çocuktan çıktı, çocuk o anda iyileşti.
ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
19 Sonra öğrenciler tek başlarına İsa'ya gelip, “Biz cini neden kovamadık?” diye sordular.
ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।
20 İsa, “İmanınız kıt olduğu için” karşılığını verdi. “Size doğrusunu söyleyeyim, bir hardal tanesi kadar imanınız olsa şu dağa, ‘Buradan şuraya göç’ derseniz, göçer; sizin için imkânsız bir şey olmayacaktır.”
ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।”
22 Celile'de bir araya geldiklerinde İsa onlara, “İnsanoğlu, insanların eline teslim edilecek ve öldürülecek, ama üçüncü gün dirilecek” dedi. Öğrenciler buna çok kederlendiler.
ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”
24 Kefarnahum'a geldiklerinde, iki dirhemlik tapınak vergisini toplayanlar Petrus'a gelip, “Öğretmeniniz tapınak vergisini ödüyor, değil mi?” diye sordular.
ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
25 Petrus, “Ödüyor” dedi. Petrus eve gelince, daha kendisi bir şey söylemeden İsa ona, “Simun, ne dersin?” dedi. “Dünya kralları gümrük ya da vergiyi kimlerden alır? Kendi oğullarından mı, yabancılardan mı?”
ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?”
26 Petrus'un, “Yabancılardan” demesi üzerine İsa, “O halde oğullar muaftır” dedi.
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।
27 “Ama vergi toplayanları gücendirmeyelim. Göle gidip oltanı at. Tuttuğun ilk balığı çıkar, onun ağzını aç, dört dirhemlik bir akçe bulacaksın. Parayı al, ikimizin vergisi olarak onlara ver.”
କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”

< Matta 17 >