< Від Луки 4 >

1 Ісус же, Духа сьвятого повний, вернувсь од Йордану, і був ведений Духом у пустиню,
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।
2 і сорок днїв спокушуваний від диявола. І не їв нічого днїв тих, а як скінчились вони, опісля згододнїв.
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।
3 І каже Йому диявол: Коли ти Син Божий, скажи каменеві сьому, щоб став ся хлїбом.
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।
4 І озвавсь Ісус до него, глаголючи: Писано, що не хлїбом самим житиме чоловік, а кожним словом Божим.
ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”
5 І вивівши Його диявол на гору високу, показав Йому всї царства вселенної в одну хвилину.
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
6 І каже Йому диявол: Тобі дам власть оцю всю і славу їх, бо мені передано, й кому я схочу, дам її.
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
7 Ти ж коли поклониш ся передо мною, буде твоє все.
ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ।
8 І, озвавшись до него, рече Ісус: Геть від мене, сатано, писано бо: Кланяти меш ся Господеві Богу твоєму, й Йому одному служити меш.
ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”
9 І повів він Його в Єрусалим, і поставив Його на крилї церковньому, й каже Йому: Коли ти Син Божий, кинь ся звідсіля вниз:
ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
10 писано бо: Що ангелам своїм накаже про Тебе, оберегати Тебе,
କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
11 і що на руках підіймуть Тебе, щоб инколи не вдаривсь об каміні, ногою Твоєю.
ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
12 І озвавшись рече йому Ісус: Що сказано: Не будеш спокутувати Господа Бога твого.
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”
13 І скінчивши всї спокуси, диявол одійшов од Него до часу.
ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା।
14 І вернувсь Ісус у силї Духа в Галилею; і поголос розійшов ся по всїй околиці про Него,
ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।
15 І навчав Він по школах їх, славлений од усіх.
ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
16 І прийшов у Назарет, де був зрощений, і прийшов звичаєм своїм, субітнього дня в школу, і став читати.
ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ।
17 І подано Йому книгу Ісаії пророка. І, розгорнувши книгу, знайшов місце, де було написано:
ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
18 Дух Господень на менї, котрого ради намастив мене; благовістити вбогим післав мене, сцїляти розбитих серцем, проповідувати полонянам визвіл і слїпим прозріннє, випускати замучених на волю,
“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
19 проповідувати рік Господень приятний.
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।”
20 І, згорнувши книгу, віддав слузї, та й сїв. І очі всіх у школї були звернені на Него.
ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।
21 Почав же глаголати до них: Що сьогодні справдилось писаннє се в ушах ваших.
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।”
22 І всї сьвідкували Йому, й дивувались благодатнїми словами, виходячими з уст Його. І казали: Хиба сей не син Йосифів?
ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
23 І рече до них: Певно скажете менї приповість оцю: Лїкарю, вилїчи себе самого; про що ми чули, що сталось у Капернаумі, зроби й тут у своїй країні.
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
24 Рече ж: Істино глаголю вам: Що нї один пророк не єсть приятен в отчинї своїй.
ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।
25 По правді ж глаголю вам: Багато вдовиць було за днїв Ілиї в Ізраїлї, як зачинилось небо на три роки й шість місяців, і голоднеча велика стала по всїй землі;
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
26 та й до жодної з них не послано Ілиї, тільки в Сарепту Сидонську до жінки вдовиці.
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
27 І багато прокаженних було за Єлисея пророка в Ізраїлї, та й жоден з них не очистивсь, тільки Неєман Сириянин.
ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”
28 І сповнились усї лютостю в школї, почувши се,
ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
29 і вставши вигнали Його геть із города, і випровадили Його аж на верх гори, на котрій город їх збудовано, щоб скинути Його.
ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
30 Він же, пройшовши серед них, пійшов,
କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।
31 і прийшов у Капернаум, город Галилейський, і навчав їх по суботам.
ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
32 І дивувались вони наукою Його, бо з властю було слово Його.
ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।
33 І був у школі чоловїк, маючи духа нечистого, й кричав голосом великим,
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,
34 кажучи: Остав; що нам і Тобі, Ісусе Назарянине? чи прийшов єси вигубити нас? Я знаю Тебе, хто єси: Сьвятий Божий.
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।
35 І погрозив йому Ісус, глаголючи: Мовчи й вийди з него. І кинувши ним диявол на середину, вийшов з него, нічого не зашкодивши йому.
ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।
36 І обняв страх усіх, і говорили один до одного, кажучи: Що се за слово, що властю і силою повелівав нечистим духам, і виходять?
ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।
37 І розійшов ся поголос про Него скрізь по всій околицї.
ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
38 Уставши ж Він із школи, ввійшов у господу Симонову. Тещу ж Симонову схопила пропасниця велика, й благали Його за неї.
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
39 І, ставши над нею, погрозив пропасниці, і покинула її; зараз же уставши, послугувала їм.
ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
40 Як же заходило сонце, всї, в кого були недужі на всякі недуги, приводили їх до Него; Він же, на кожного з них руки складаючи, сцїляв їх.
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
41 Виходили ж і біси з многих, і кричали, кажучи: Що Ти єси Христос, Син Божий. І грозячи, не давав їм говорити, бо вони знали, що Він Христос.
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।
42 Як же настав день, вийшовши пійшов у пусте місце; й люде шукали Його, й прийшли до Него, й вдержували Його, щоб не йшов від них.
ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ।
43 Він же рече до них: Що й иншим городям благовістити менї треба царство Боже; бо на се я посланий.
କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।”
44 і проповідував по школах галилейських.
ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

< Від Луки 4 >