< Об'явлення 4 >

1 Після сього поглянув я, і ось, двері відчинені на небі, і перший голос, що я чув, якби (від) труби говорячої зо мною, сказав: зійди сюди, і покажу тобі, що має бути після сього.
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”
2 І зараз був я в дусї; і ось, престол стояв в небі, а, на престолі Сидячий;
ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
3 а Сидячий був подібний видом до каменя ясписового і сардинового; і веселка кругом престола, подібна видом як смарагд.
ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।
4 А кругом престола двайцять і чотири престолів; а на престолах бачив я двайцять і чотири старцїв сидячих, з'одягнених у біді одежі; а на головах своїх мали золоті вінцї.
ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
5 А з того престола виходять блискавки, громи і голоси; і сїм сьвічників огняних горять перед престолом, а се сїм духів Божих:
ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।
6 А перед престолом море шклянне, подібне до христалї. А в серединї престола, і кругом престола четверо животних, повні очей зпереду і ззаду.
ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।
7 А перше животне подобне до лева, а друге животне подобне до теляти, а трете животне мало лице, як чоловік, а четверте животне подобне до летячого орла.
ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।
8 А четверо животних мали, кожне з осібна, по шість крил в округ, а в серединї повно очей; і не мають вони впокою день і ніч, говорячи: Сьвят, сьвят, сьвят Господь Бог вседержитель, що був, і єсть, і прийде.
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି,
9 І, коли давали ті животні славу і честь, і подяку Сидячому на престолї, Живучому по вічні віки, (aiōn g165)
ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, (aiōn g165)
10 упали двайцять і чотири старцї перед Сидячим на престолі, і покланялись Живучому по вічні віки, і кидали вінцї свої перед престолом, говорячи: (aiōn g165)
ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, (aiōn g165)
11 Достоєн єси. Господи, приняти славу і честь і силу; Ти бо створив єси усе, і волею Твоєю (усе) єсть, і створено.
“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”

< Об'явлення 4 >