< Об'явлення 11 >

1 І да́но трости́ну мені, подібну до па́лиці, і сказано: „Устань, і зміряй храма Божого й же́ртівника, і тих, хто вклоняється в ньому.
ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।
2 А двір, що за храмом, лиши та не міряй його, бо він да́ний поганам, — і сорок два місяці бу́дуть топтати вони святе місто.
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
3 І звелю́ Я двом свідкам Своїм, і бу́дуть вони пророкувати тисячу двісті й шістдеся́т день, зодя́гнені в волосяни́цю.
ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
4 Воні — дві оливки і два світильники́, що стоять перед Богом землі.
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।
5 І коли б хто схотів учинити їм кривду, то вийде огонь з їхніх уст, — і поїсть ворогів їхніх. А коли хто захоче вчинити їм кривду, — той отак мусить бути забитий.
କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।
6 Вони мають вла́ду небо замкнути, щоб за днів їхнього пророцтва не йшов дощ. І мають вла́ду вони над водою, — у кров оберта́ти її, і вдарити землю всілякою карою, скільки разі́в вони схочуть.
ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।
7 А коли вони скі́нчать свідо́цтво своє, то звірина́, що з безодні виходить, із ними війну поведе́, — і вона їх переможе та їх повбиває. (Abyssos g12)
ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ। (Abyssos g12)
8 І їхні трупи полишить на майда́ні великого міста, що зветься духовно Содо́м і Єгипет, де й Госпо́дь наш був розп'я́тий.
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
9 І багато з наро́дів, і з племен, і з язи́ків, і з поган бу́дуть дивитися пі́вчверта дні на їхні трупи, не дозволять покласти в гроби́ їхніх тру́пів.
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
10 А ме́шканці землі будуть тішитися та радіти над ними, і дару́нки пошлють один о́дному, бо мучили ці два пророки ме́шканців землі.
ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
11 А по пі́вчверта днях дух життя ввійшов у них від Бога, — і вони повставали на ноги свої. І напав жах великий на тих, хто дивився на них!
ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।
12 І почули вони гучний голос із неба, що їм говорив: „Зійдіть сюди!“І на небо зійшли вони в хмарі, і вороги їхні дивились на них.
ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
13 І тієї години зчинився страшни́й землетру́с, і десята частина міста того завали́лась... І в цім трусі загинуло сім тисяч лю́дських іме́н, а решта обго́рнена жахом була́, — і вони віддали́ славу Богу Небесному!
ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
14 Друге горе минуло! Ото незабаром настане за ним третє горе!“
ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।
15 І засурмив сьо́мий ангол, — і на небі зчинились гучні голоси́, що казали: „Перейшло панува́ння над світом до Господа нашого та до Христа Його, — і Він зацарює на вічні віки́!“ (aiōn g165)
ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।” (aiōn g165)
16 І двадцять чотири ста́рці, що на престолах своїх перед Богом сидять, попа́дали на обличчя свої, та й уклонилися Богові,
ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,
17 кажучи: „Дяку складаємо Тобі, Господи, Боже Вседержителю, що Ти є й що Ти був, що прийняв Свою силу велику та й зацарюва́в!
“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
18 А погани розлю́тилися, та гнів Твій прийшов, і час настав мертвих судити, і дати заплату рабам Твоїм, пророкам і святим, і тим, хто Йме́ння Твого боїться малим і великим, і знищити тих, хто нищить землю“.
ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”
19 І розкрився храм Божий на небі, — і ковче́г заповіту Його в Його храмі з'явився. І зчинилися бли́скавки, і гу́ркіт, і гро́ми, і землетру́с, і великий град.
ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।

< Об'явлення 11 >