Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Job Chapter 29 https://www.AionianBible.org/Bibles/Oriya---Oriya-Bible/Job/29 1) ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2) “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି; 3) ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; 4) ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା; 5) ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ; 6) ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା। 7) ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 8) ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ। 9) ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; 10) କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା। 11) କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; 12) ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି। 13) ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି। 14) ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା। 15) ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି। 16) ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି। 17) ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି। 18) ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 19) ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ; 20) ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ। 21) ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ। 22) ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା। 23) ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ। 24) ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ। 25) ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି। Additional comments?
Refresh Captcha
The world's first Holy Bible un-translation!